www.samajalive.in
Tuesday, December 9, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୨ ଆତଙ୍କୀ ନିପାତ

ଜମ୍ମୁକାଶ୍ମୀର: ସୋପିଆନରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ସୋପିଆନର ଚୌଗାମ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି । ଆଜି ସକାଳୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳିବିନିମୟ ଜାରି ରହିଥିବା ବେଳେ, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷାବାହିନୀ ।

ପୂର୍ବରୁ ଜମ୍ମୁକାଶ୍ମୀରର ଅନନ୍ତନାଗରେ ଏନକାଉଣ୍ଟର ହୋଇଥିଲା । ଯବାନଙ୍କ ଗୁଳିରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଥିଲା । ଏହି ଘଟଣାର ୧ ଘଣ୍ଟା ପରେ ଅନନ୍ତନାଗରେ ପୋଲିସ ଅଧିକାରୀଙ୍କ ଉପରେ ଗୁଳିମାଡ଼ ହୋଇଥିଲା । ଗୁଳିମାଡ଼ରେ ଏଏସ୍ଆଇ ମହମ୍ମଦ ଅଶରଫ ସହିଦ ହୋଇଥିଲେ ।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories