www.samajalive.in
Monday, December 8, 2025
20.1 C
Bhubaneswar

ଗୁଳିବିନିମୟରେ ୪ ଆତଙ୍କବାଦୀ ନିହତ

ଜାମ୍ମୁ : ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ସହିତ ଗୁଳିବିନିମୟରେ ୪ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ପ୍ରାଣ ହରାଇଥିବା ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି ସାମସୁଲ୍ ମେଙ୍ଗନୁନ୍। ସାମସୁଲ୍ ହେଉଛନ୍ତି ୨୦୧୨ ବ୍ୟାଚ ଆଇପିଏସ୍ ଅଫିସର ଇମାନୁଲ ହକ୍ ମେଙ୍ଗନୁନଙ୍କ ସାନ ଭାଇ। ସାମସୁଲ୍ ୟୁନାନିରେ ବ୍ୟାଚଲର ଡିଗ୍ରୀ କରୁଥିଲେ। ତେବେ ସେ ପରବର୍ତ୍ତୀ ସମୟରେ ଆତଙ୍କବାଦୀ ସଂଗଠନରେ ସାମିଲ ହୋଇଥିଲେ। ପୁଲିସ ଅଧିକାରୀଙ୍କ କହିବା ଅନୁଯାୟୀ ସୋପିଆନର ଡ୍ରାଗୁଡ ଗ୍ରାମରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ମିଳିବା ପରେ ପୁଲିସ ଓ ସେନା ପକ୍ଷରୁ ତଲାସ ଅଭିଯାନ ହୋଇଥିଲା। ଅଭିଯାନ ବେଳେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ପ୍ରାୟ ୭ଘଣ୍ଟାର ଗୁଳିବିନିମୟ ପରେ ୪ ଆତଙ୍କବାଦୀ ନିହତ ହୋଇଥିଲେ। ଆତଙ୍କବାଦୀଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories