www.samajalive.in
Sunday, December 7, 2025
26.1 C
Bhubaneswar

ଜାମ୍ମୁ-କାଶ୍ମୀରରେ ଆକସ୍ମିକ ବନ୍ୟା, ୫ ମୃତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଡୋଡା, ରିଆସି, କିସ୍ତୱାଡ୍‌, ରମ୍ବାନ ଓ ବାରମୂଳା ଜିଲାରେ ପ୍ରବଳ ବର୍ଷା ଓ ତତ୍‌ଜନିତ ଭୂସ୍ଖଳନ ଯୋଗୁଁ ୫ ଜଣ ପ୍ରାଣ ହରାଇଥିବାବେଳେ ଶତାଧିକ ବାସଗୃହ କ୍ଷତିଗ୍ରସ୍ତ ହୋଇଛି। ବିଭିନ୍ନ ସ୍ଥାନରେ ମାଟିଅତଡା ଖସିିବା ଫଳରେ ଜାମ୍ମୁ-ଶ୍ରୀନଗର ଜାତୀୟ ରାଜପଥ ଆଜକୁ ତିନି ଦିନ ହେବ ଅବରୋଧ ହୋଇପଡିଛି। ମଙ୍ଗଳବାର କୁପୱାଡାରେ ସ୍ଥିତି ସାମାନ୍ୟ ଉନ୍ନତ ହେବାରେ ଲାଗିଛି। ବନ୍ୟାଜଳ ହ୍ରାସ ପାଇଥିବାରୁ ଲୋକେ ସେମାନଙ୍କ ଘରକୁ ଫେରିବା ଆରମ୍ଭ କରିଛନ୍ତି। ତେବେ ପ୍ରଶାସନ ପକ୍ଷରୁ ଠିକଣା ସମୟରେ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ମୃତାହତଙ୍କ ସଂଖ୍ୟା ଏତେଟା ଉଦ୍‌ବେଗଜନକ ହୋଇନଥିବା କୁହାଯାଇଛି। ତେବେ କୁପୱାଡାରେ ଆକସ୍ମିକ ବନ୍ୟା ଯୋଗୁଁ ଏକାଧିକ ନଦୀବନ୍ଧ ଓ ଅନ୍ୟାନ୍ୟ ନିର୍ମାଣାଧୀନ ପ୍ରକଳ୍ପ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବନ୍ୟା ପ୍ରଭାବିତ ଅଞ୍ଚଳରେ ସମସ୍ତ ଶିକ୍ଷାନୁଷ୍ଠାନକୁ ଦୁଇ ଦିନ ବନ୍ଦ ଘୋଷଣା କରାଯାଇଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories