www.samajalive.in
Friday, December 5, 2025
26.1 C
Bhubaneswar

ଜମ୍ମୁ କାଶ୍ମୀରର ରିଆସି ଜିଲାରେ ଭୂସ୍ଖଳନ, ୭ମୃତ

ସମାଜ ଡିଜିଟାଲ ଡେସ୍କ: ଜମ୍ମୁ କାଶ୍ମୀରର ରିଆସି ଜିଲାର ମାହୁର ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଫଳରେ ଭଗ୍ନାବିଶେଷ ତଳେ ଚାପି ହୋଇ ୭ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆହୁରି ଅନେକ ଲୋକ ଏବେ ବି ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ସେମାନଙ୍କୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ଅନେକ ଘର ଭଗ୍ନାବିଶେଷ ଏବଂ ପାଣିରେ ଭାସି ଯାଇଛି । ପୁଲିସ ଏବଂ ସେନା କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ସ୍ଥାନୀୟ ଲୋକଙ୍କ ସହାୟତାରେ ଭଗ୍ନାବିଶେଷ ତଳେ ଚାପି ହୋଇଥିବା ଲୋକଙ୍କୁ ଉଦ୍ଧାର କରିବାକୁ ପ୍ରୟାସ ଜାରି ରହିଛି ।

ସୂଚନା ଅନୁସାରେ ଜମ୍ମୁ କାଶ୍ମୀରରେ ଗତ କିଛି ଦିନ ଧରି ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଜାରି ରହିଛି । ପ୍ରତିଦିନ ବିଭିନ୍ନ ସ୍ଥାନରେ ବାଦଲ ଫଟା ବର୍ଷା ସହିତ ବନ୍ୟା ଏବଂ ଭୂସ୍ଖଳନ ଭଳି ଘଟଣା ଘଟୁଛି । ବନ୍ୟା ଓ ଭୂସ୍ଖଳନ ଯୋଗୁ ଜମ୍ମୁ-ଶ୍ରୀନଗର, ମନାଲି-ଲେହ ରାଜପଥ ସମେତ ଅନେକ ରାସ୍ତା ପ୍ରଭାବିତ ହୋଇଥିବାରୁ ଗାଁ ଓ ସହରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ନଦୀ କୂଳିଆ ଲୋକଙ୍କୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories