www.samajalive.in
Sunday, December 7, 2025
18.1 C
Bhubaneswar

ଜାମ୍ମୁ କାଶ୍ମୀର ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଇସ୍ତଫା

ଶ୍ରୀନଗର: ଜାମ୍ମୁ କାଶ୍ମୀର ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ମିଳିଥିବା ସୂଚନା ଅନୁସାରେ ତାଙ୍କୁ କଂଟ୍ରୋଲର ଅଫ୍ ଅଡ଼ିଟ ଜେନେରାଲ ଭାବରେ ନିଯୁକ୍ତି ଦିଆଯିବ ।

ମିଳିଥିବା ସୂଚନା ଅନୁସାରେ ଆଜି ବିଳମ୍ବିତ ସନ୍ଧ୍ୟାରେ ଶ୍ରୀ ମୁର୍ମୁ ତାଙ୍କର ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇ ଦେଇଛନ୍ତି । ତାଙ୍କୁ ସରକାର ଅଡ଼ିଟ୍ ଜେନେରାଲ ଆଶୀଷ ମହର୍ଷିଙ୍କ ସ୍ଥାନରେ ଅବସ୍ଥାପିତ କରାଯାଇପାରେ । ଦିନେ ଦୁଇଦିନ ମଧ୍ୟରେ ଜାମ୍ମୁକାଶ୍ମୀରରେ ନୂଆ ଉପରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯିବାର ସମ୍ଭାବନା ରହିଛି ।

- Advertisement -

ଗତବର୍ଷ ଜାମ୍ମୁକାଶ୍ମୀରକୁ ବିଭାଜନ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରାଯାଇଥିଲା । ପ୍ରଶାସନିକ ସେବାର ଉଚ୍ଚ ଅଧିକାରୀ ଗିରୀଶ ମୁର୍ମୁଙ୍କୁ ଉପ ରାଜ୍ୟପାଳ ଭାବରେ ଅବସ୍ଥାପିତ କରାଯାଇଥିଲା । ଆଜି ଜାମ୍ମୁକାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଗଠନ ହେବାର ଠିକ୍ ବର୍ଷକ ପରେ ଶ୍ରୀ ମୁର୍ମୁ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories