www.samajalive.in
Saturday, December 6, 2025
17.1 C
Bhubaneswar

ଅବନ୍ତିପୁରାରେ ଗୁଳିବିନିମୟ; ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ନିପାତ

ଜାମ୍ମୁ-କାଶ୍ମୀର: ଅବନ୍ତିପୁରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ଅବନ୍ତିପୁରାରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀ ମାନେ ବିଶେଷ ସୂତ୍ରରୁ ଖବର ପାଇଥିଲେ । ଖବର ପାଇବା ପରେ ସୁରକ୍ଷାକର୍ମୀ ମାନେ ଘଟଣାସ୍ଥଳରେ ପହଞ୍ଚିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ମାନେ ଗୁଳି ଚଳାଇଥିଲେ । ଆତଙ୍କବାଦୀଙ୍କୁ କଡ଼ା ଜବାବ ଦେବାକୁ ସୁରକ୍ଷାକର୍ମୀ ମାନେ ସେମାନଙ୍କ ଉପରେ ଗୁଳି ଚାଳନା କରିଥିଲେ ।  ଫଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଘଟଣାସ୍ଥଳରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳ​‌ରେ ଏବେ ବି ଯବାନ ମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories