www.samajalive.in
Friday, December 5, 2025
23.1 C
Bhubaneswar

ରାକ୍ଷୀ ପୂର୍ଣ୍ଣିମାରେ ଦୁଇ ଯବାନ ସହିଦ, ୧୦ ଆହତ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର କୁଲଗାମର ଅଖଲ ଅଞ୍ଚଳରେ ୯ଦିନ ହେଲାଣି ସର୍ଚ୍ଚ ଅପରେସନ ଜାରି ରହିଛି । ଶୁକ୍ରବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଆତଙ୍କୀଙ୍କ ଗୁଳିବର୍ଷାରେ ୨ଜଣ ଯବାନ ସହିଦ ହୋଇଛନ୍ତି । ସାରା ଦେଶରେ ରକ୍ଷା ବନ୍ଧନ ଉତ୍ସବ ପାଳନ ବେଳେ ଏହି ଦୁଃଖଦ ଘଟଣା ଘଟିଛି । ଏହାସହିତ ୧୦ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ରିପୋର୍ଟ ଅନୁସାରେ ଅପରେସନ ଅଖଲ ବେଳେ ସେନା ଅନେକ ଆତଙ୍କୀଙ୍କୁ ନିପାତ କରିଛି । ଆତଙ୍କବାଦୀଙ୍କ ଗୁଳିରେ ସହିଦ ହୋଇଥିବା ଯବାନଙ୍କ ନାମ ପ୍ରିତପାଲ ସିଂହ ଏବଂ ସିପାହୀ ହରମିନ୍ଦର ସିଂହ । ସୂତ୍ର ଅନୁସାରେ ଘନ ଜଙ୍ଗଲ ଗୁମ୍ଫାରେ ଅନେକ ଆତଙ୍କବାଦୀ ଲୁଚି ରହିଥିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories