www.samajalive.in
Saturday, December 6, 2025
16.1 C
Bhubaneswar

ଭୋଟ୍‌ ଦେଉଛି ଜାମ୍ମୁ-କାଶ୍ମୀର : ଧାରା ୩୭୦ ଉଚ୍ଛେଦ ପରେ ପ୍ରଥମଥର ମତଦାନ

ଜାମ୍ମୁ : ଜାମ୍ମୁ-କାଶ୍ମୀର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି(ବୁଧବାର) ଭୋଟ ଗ୍ରହଣ ହେଉଛି । ଏହି ପର୍ଯ୍ୟାୟରେ ୭ଟି ଜିଲାର ୨୪ଟି ବିଧାନସଭା ଆସନ ପାଇଁ ମତଦାନ ହେଉଛି। ମତଦାନ ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୨୩.୨୭ ଲକ୍ଷ ଭୋଟର ସେମାନଙ୍କ ମତଦାନ କରିବେ। ଏମାନଙ୍କ ମଧ୍ୟରେ ୧୧.୭୬ଲକ୍ଷ ପୁରୁଷ, ୧୧.୫୧ ଲକ୍ଷ ମହିଳା ଅଛନ୍ତି। ପ୍ରାୟ ୩୫ ହଜାର ପ୍ରବାସୀ କାଶ୍ମୀର ପଣ୍ଡିତ ଏହି ପର୍ଯ୍ୟାୟରେ ମତଦାନ କରିବେ। କାଶ୍ମୀର ପଣ୍ଡିତଙ୍କ ମତଦାନ ନିମନ୍ତେ ଜାମ୍ମୁରେ ୧୯, ଉଦ୍ଦାମପୁରରେ ୧ଟି ଓ ଦିଲ୍ଲୀରେ ୪ଟି ସ୍ବତନ୍ତ୍ର ମତଦାନ କେନ୍ଦ୍ର ଖୋଲାଯାଇଛି। ୯୦ଜଣ ସ୍ବାଧୀନ ପ୍ରାର୍ଥୀଙ୍କ ସମେତ ମୋଟ ୨୧୯ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ ଝିଅ ଇଲତିଆଜ୍ ମୁଫତି, ଏଆଇସିସି ସାଧାରଣ ସମ୍ପାଦକ ଗୁଲାମ ଅହମ୍ମଦ ମିର୍‌, ସିପିଆଇଏମ୍ ନେତା ଏମୱାଇ ତାରିମାଗି, କଂଗ୍ରେସର ପିରଜାଦା ସଇଦ, ବିଜେପିର ବୀର ସରାଫ, ଏଲଜେପିର ସଞ୍ଜୟ ସରାଫ ଓ ଏନସିର ସାକିନା ଇତୁ। ଜାମ୍ମୁ-କାଶ୍ମୀର ବିଧାନସଭାର ମୋଟ ୯୦ ଆସନ ପାଇଁ ତିନିଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ। ସେପ୍ଟେମ୍ବର ୨୫ ଓ ଅକ୍ଟୋବର ୧ରେ ଦ୍ବିତୀୟ ଓ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories