www.samajalive.in
Monday, December 8, 2025
14.1 C
Bhubaneswar

ସୁରକ୍ଷାକର୍ମୀ -ଆତଙ୍କବାଦୀ ଗୁଳିବିନିମୟ ; ଜଣେ ଆତଙ୍କବାଦୀ ନିହତ

ଜମ୍ମୁ: ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଏକ ବଡ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି।
ମିଳିଥିବା ସୂଚନାନୁଯାୟୀ, କୁଲଗାମର ସିରହାମା ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଅଭିଯାନ ଆରମ୍ଭ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଛି।
ଅନ୍ୟପକ୍ଷରେ ଲସ୍କର-ଇ-ତୋଏବା ଆତଙ୍କବାଦୀ ଅନନ୍ତନାଗରେ ଲୁଚି ରହିଛନ୍ତି। ସତର୍କତାମୂଳକ ପଦକ୍ଷେପ ଭାବରେ ଅନନ୍ତନାଗର କିଛି ଅଞ୍ଚଳରେ ଇଣ୍ଟରନେଟ ସେବାକୁ ଅସ୍ଥାୟୀ ରୂପେ ବନ୍ଦ ରଖାଯାଇଛି ବୋଲି କାଶ୍ମୀର ପୁଲିସ ପକ୍ଷରୁ ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories