www.samajalive.in
Saturday, December 6, 2025
23.1 C
Bhubaneswar

ସୁରକ୍ଷାକର୍ମୀ – ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ଜଣେ ଆତଙ୍କବାଦୀ ନିହତ

ଜମ୍ମୁ : ଜମ୍ମୁ-କାଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ବୋଲି ଶୁକ୍ରବାର ଖବର ମିଳିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ଯେଉଁ କୋଠାରେ ଆତଙ୍କବାଦୀ ଲୁଚି ରହିଛନ୍ତି, ସେଠାରେ ତଲାସି ଅଭିଯାନ ଜାରି ରହିଛି । ଏହାସହ ଶ୍ରୀନଗର-ଜମ୍ମୁ ହାଇୱେରେ ଯାତାୟାତ ରୋକା ଯାଇଛି ।
ସୂଚନା ଯୋଗ୍ୟ, ଦକ୍ଷିଣ କଶ୍ମୀରର କୁଲଗାମ ଜିଲାରେ କାଜିଗୁଣ୍ଡରେ ଜମ୍ମୁ-ଶ୍ରୀନଗର ହାଇୱେରେ ଗୁରୁବାର ଅପରାହ୍ନ ପରେ ଆତଙ୍କବାଦୀମାନେ ବିଏସଏଫଙ୍କ ଗାଡି ଉପରେ ଆକ୍ରମଣ କରିଥିଲେ । ଆକ୍ରମଣ ପରେ ଆତଙ୍କବାଦୀମାନେ ଏକ ଦୋକ ।ନ ମଧ୍ୟରେ ଲୁଚି ପୁଣି ଗୁଳିଚାଳନା କରିଥିଲେ । ଏଥିରେ ଜଣେ ସିଆରପିଏଫ ଯବାନ, ଜଣେ ସେନାର ଯବାନ ଓ ୨ ନାଗରିକଙ୍କ ଦେହରେ ଗୁଳି ବାଜିଛି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ମଧ୍ୟ ତଲାସି ଅଭିଯାନ ଜାରି ରହିଛି ।

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories