www.samajalive.in
Sunday, December 7, 2025
26.1 C
Bhubaneswar

ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ ; ଜଣେ ଆତଙ୍କୀ ନିହତ, ୨ ଯବାନ ଆହତ

ଶ୍ରୀନଗର : କାଶ୍ମୀର ଘାଟିର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ନେଇ ମଙ୍ଗଳବାର ଖବର ମିଳିଛି। ଏହି ଗୁଳିବିନିମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ମୃତ ଆତଙ୍କବାଦୀ ଜଣକ ପୁଲୱମାରେ ମୃତ୍ୟୁ ବରଣ କରିଥିବା କାଶ୍ମୀର ପଣ୍ଡିତଙ୍କ ହତ୍ୟା ଘଟଣାରେ ସାମିଲ ଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହାସହ ଗୁଳିବିନିମୟ ସମୟରେ ୨ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲରେ ନିଆଯାଇ ଚିକିତ୍ସା କରାଯାଉଛି।
ମିଳିଥିବା ସୂଚନାନୁଯାୟୀ, ଉକ୍ତ ଆତଙ୍କବାଦୀ ଏକ ଆତଙ୍କବାଦୀ ସଙ୍ଗଠନ ପାଇଁ କାମ କରୁଥିଲା। ଅଞ୍ଚଳରେ ବର୍ତ୍ତମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories