www.samajalive.in
Saturday, December 6, 2025
19.1 C
Bhubaneswar

ଗଭୀର ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌‌ ; ୩୦ ମୃତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ଡୋ ଡୋ ଜିଲାରେ ବୁଧବାର ବଡ ଧରଣର ସଡକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌‌ ଅନିୟନ୍ତ୍ରିତ ହୋଇ ଗଭୀର ଖାଇକୁ ଖସି ୩୦ ଜଣଙ୍କ ମୃତ୍ୟୁ ଘଟିଛି। ୨୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ସ୍ଥାନୀୟ ଲୋକେ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସହଯୋଗ କରୁଛନ୍ତି। ବସ୍‌‌ଟି କିସ୍ତୱାଡାରୁ ଜମ୍ମୁ ଅଭିମୁଖେ ଯାଉଥିଲା। ବସ୍‌‌ଟି ଅନିୟନ୍ତ୍ରିତ ହୋଇ ପ୍ରାୟ ୨୫୦ ମିଟର ଗଭୀର ଖାଇକୁ ଖସିପଡିଛି।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories