www.samajalive.in
Sunday, December 7, 2025
26.1 C
Bhubaneswar

ସୁରକ୍ଷାକର୍ମୀ -ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ୩ ଆତଙ୍କବାଦୀ ନିହତ

ଜମ୍ମୁ : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଶନିବାର ଏକ ବଡ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି।
ମିଳିଥିବା ସୂଚନା ଅନୁଯାୟୀ, ଅବନ୍ତୀପୋରାର ନାଗବେରନ ବନ୍ୟ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିବା ପରେ ଜମ୍ମୁ-କାଶ୍ମୀର ପୁଲିସ ଓ ସେନାର ଯବାନ ଉକ୍ତ ଅଞ୍ଚଳକୁ ଘେରାଉ କରିଥିଲେ।
ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀ ଆତ୍ମସମର୍ପଣ ପାଇଁ କହିଲେ ମଧ୍ୟ ଆତଙ୍କବାଦୀ ବାରମ୍ବାର ଗୁଳି ଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ୩ ଆତଙ୍କବାଦୀ ନିହତ ହୋଇଥିଲେ।
ସେମାନଙ୍କ ନିକଟରୁ ୨ଟି ଏକେ-୪୭ ରାଇଫଲ, ଅନ୍ୟ କେତେକ ଜିନିଷ ମଧ୍ୟ ଜବତ ହୋଇଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories