www.samajalive.in
Monday, December 8, 2025
27.1 C
Bhubaneswar

ସୁରକ୍ଷାକର୍ମୀ -ଆତଙ୍କବାଦୀ ଗୁଳିବିନିମୟ ; ଦୁଇ ଆତଙ୍କୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାରେ ସୋମବାର ସୁରକ୍ଷାକର୍ମୀ -ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଗୁଳିବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଜଣେ ପୁଲିସ ଅଧିକାରୀଙ୍କ କହିବାନୁଯାୟୀ, ସୁରକ୍ଷାକର୍ମୀ ଦକ୍ଷିଣ କାଶ୍ମୀର ଜିଲାର ତଙ୍ଗପାବା ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ବିଶେଷ ସୂଚନା ମିଳିଥିଲା। ରବିବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରିବା ସହ ତଲାସି ଅଭିଯାନ ଆରମ୍ଭ କରିଥିଲେ। ସମ୍ପୃକ୍ତ ଅଞ୍ଚଳକୁ ସୁରକ୍ଷାକର୍ମୀ ତଲାସି କରିବା ସମୟରେ ଆତଙ୍କବାଦୀ ସେମାନଙ୍କ ଉପରକୁ ଗୁଳିଚାଳନା ଆରମ୍ଭ କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ତଲାସି ଅଭିଯାନ ଜାରି ରହିଛି।

 

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories