www.samajalive.in
Sunday, December 7, 2025
13.1 C
Bhubaneswar

ବର୍ଷା ଓ ତୁଷାରପାତ : ଶ୍ରୀନଗର ଜମ୍ମୁ ଜାତୀୟ ରାଜପଥ ବନ୍ଦ

ଶ୍ରୀନଗର : ଜମ୍ମୁ-କାଶ୍ମୀରରେ ୩୦୦ କିଲୋମିଟର ଦୀର୍ଘ ଶ୍ରୀନଗର ଜମ୍ମୁ ଜାତୀୟ ରାଜପଥକୁ ଉଭୟପଟୁ ବନ୍ଦ ରଖାଯାଇଛି । ଗତକାଲିଠାରୁ ଶ୍ରୀନଗର ଓ କାଶ୍ମୀର ଉପତ୍ୟକାର ବିଭିନ୍ନ ସ୍ଥାନରେ ବର୍ଷା ଓ ତୁଷାରପାତ ଲାଗିରହିଛି । ଫଳରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି ।
ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଖରାପ ପାଗ ଯୋଗୁଁ ଶ୍ରୀନଗର ବିମାନ ବନ୍ଦରକୁ ଆସୁଥିବା ଓ ଉଡ଼ାଣ କରିବାକୁ ଥିବା ସମସ୍ତ ବିମାନକୁ ବାତିଲ କରାଯାଇଛି। ପାଣିପାଗ ବିଭାଗ ନିର୍ଦ୍ଦେଶକ ସୋନମ ଲୋଟସ୍‍ କହିଛନ୍ତି ଆସନ୍ତାକାଲି ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବ। ତେବେ ଟ୍ରାଫିକ୍‍ ଅଧିକାରୀ କହିଛନ୍ତି ପାଗର ସ୍ଥିତିକୁ ଦେଖିବା ପରେ ଶ୍ରୀନଗର ଜମ୍ମୁ ଜାତୀୟ ରାଜପଥରେ ଯାନବାହନ ଚଳାଚଳ ନେଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories