www.samajalive.in
Wednesday, December 10, 2025
23.1 C
Bhubaneswar

ନୌଗାମ ପୁଲିସ୍ ଷ୍ଟେସନରେ ବିସ୍ଫୋରଣ ଏକ ଦୁର୍ଘଟଣା, କୌଣସି ଆତଙ୍କୀ ହମଲା ନୁହେଁ: ଡିଜିପି

ନୂଆଦିଲ୍ଲୀ : ଜମ୍ମୁ ଓ କାଶ୍ମୀରର ଶ୍ରୀନଗରର ସ୍ଥିତ ନୌଗାମ ଥାନାରେ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାକୁ ଏକ ଦୁର୍ଘଟଣା ବୋଲି କହିଛନ୍ତି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନଳିନ ପ୍ରଭାତ । ଆଜି ଏକ ସାମ୍ନାଦିକ ସମ୍ମିଳନୀରେ ଡିଜିପି କହିଛନ୍ତି , ନୌଗାମ ପୁଲିସ ଷ୍ଟେସନରେ ହୋଇଥିବା ବିସ୍ଫୋରଣ କେବଳ ଏକ ଦୁର୍ଘଟଣା ଥିଲା, କୌଣସି ଆତଙ୍କୀ ହମଲା ହୋଇନାହିଁ । ଫରିଦାବାଦରୁ ଜବତ ହୋଇଥିବା ୩୬୦ କିଲୋଗ୍ରାମ ଆମୋନିୟମ୍ ନାଇଟ୍ରେଟ୍ ଖୋଲା ସ୍ଥାନରେ ରଖାଯାଇଥିଲା ।

ବିସ୍ଫୋରଣ ହେବା ସମୟରେ ଦୁଇ ଦିନ ଧରି ନମୁନା ପରୀକ୍ଷା ଚାଲିଥିଲା । ଏହି ଘଟଣରେ ୯ ଜଣଙ୍କର ମୃତ୍ୟୁ ହୋଇଛି । ବିସ୍ଫୋରଣରେ ଜଣେ ଏସଆଇଏ କର୍ମୀ, ୩ ଏଫଏସଏଲ, ୨ କ୍ରାଇମସିନ ଫଟୋଗ୍ରାଫର, ୨ ରାଜସ୍ୱ ଅଧିକାରୀ ଓ ଜଣେ ଟେଲରଙ୍କର ମୃତ୍ୟୁ ହୋଇଛି ।
ଦୁର୍ଘଟଣାରେ ପ୍ରାୟ ୩୦ରୁ ଅଧିକ ଜଣ ଆହତ ହୋଇଛନ୍ତି ଏବଂ ଅନେକ ଯାନବାହନ ମଧ୍ୟ ଜଳିଯାଇଛି । ବିସ୍ଫୋରଣରେ ପୋଲିସ ଷ୍ଟେସନ କୋଠା ଏବଂ ଆଖପାଖର ଘର ଏବଂ କୋଠାଗୁଡ଼ିକୁ ମଧ୍ୟ ବ୍ୟାପକ କ୍ଷତି ହୋଇଛି । ବିସ୍ଫୋରଣର କାରଣ ନିର୍ଣ୍ଣୟ କରିବା ପାଇଁ ଏକ ସରକାରୀ ତଦନ୍ତ ଆରମ୍ଭ ହୋଇଛି।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories