www.samajalive.in
Saturday, December 6, 2025
19.1 C
Bhubaneswar

ପହଲଗାମ୍ ଆତଙ୍କୀ ହମ୍‌ଲା : ସନ୍ଧ୍ୟାରେ ସିସିଏସ୍‌ ବୈଠକ, ଆକ୍ରମଣସ୍ଥଳରେ ଅମିତ୍ ଶାହା

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ଆଜି ଅପରାହ୍ନରେ ଅଜ୍ଞାତ ଆତଙ୍କବାଦୀଙ୍କ ଆକ୍ରମଣରେ ଅନ୍ୟୁନ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଶ୍ରୀନଗର ମୁଖ୍ୟାଳୟଠାରୁ ପ୍ରାୟ ୮୫ କିଲୋମିଟର ଦୂର ପହଲଗାମର ବୈଶରଣ ଜଙ୍ଗଲ ଅଞ୍ଚଳରେ ଏହି ଆକ୍ରମଣ ହୋଇଥିଲା। ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସିସିଏସ୍‌ ବୈଠକ ଅନୁଷ୍ଠିତ ହେବ। ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ୍ ବୈଠକ ଡକାଇଛନ୍ତି ପିଏମ୍  ମୋଦୀ। ଏହି  ହମଲା ବିରୋଧରେ  କଠୋର ପଦକ୍ଷେପ ନିଆଯାଇପାରେ। ପହଲଗାମ୍ ହମ୍‌ଲା ପରେ ପର୍ଯ୍ୟଟକମାନେ କାଶ୍ମୀର ଛାଡୁଥିବା ଦେଖିବା ମିଳିଛି। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଏୟାର ଇଣ୍ଡିଆ ପକ୍ଷରୁ ସ୍ଵତନ୍ତ୍ର ବିମାନର ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ସ୍ଵତନ୍ତ୍ର ବିମାନରେ ଯାଇ ଆକ୍ରମଣ ସ୍ଥଳ ପହଲଗାମ୍ ରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହା।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories