www.samajalive.in
Friday, December 5, 2025
20.1 C
Bhubaneswar

ଜମ୍ମୁ-କଶ୍ମୀର: ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍‌ ଆହତ

ଜମ୍ମୁ: ଜମ୍ମୁ-କଶ୍ମୀରର ଉଦ୍ଧମପୁର ଜିଲା ପଟନୀଟପ ଅଞ୍ଚଳରେ ଘଟିଛି ଏକ ବଡ଼ ଦୁର୍ଘଟଣା। ନାଗ ଦେବତା ମନ୍ଦିର ଉପରେ ଶିବଗଡ଼ ଜଙ୍ଗଲରେ ମଙ୍ଗଳବାର ସକାଳେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଖବର ପାଇ ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏଥିରେ ଦୁଇ ଜଣ ପାଇଲଟ୍‌ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରବଳ ବର୍ଷା ଓ କୁହୁଡ଼ି କାରଣରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

ସୂଚନାନୁସାରେ, ଆହତ ପାଇଲଟଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଇତି ମଧ୍ୟରେ ସେନା ଦଳ ଘଟଣାସ୍ଥଳରେ ପହଞ୍ଚି ହେଲିକପ୍ଟରର ଧ୍ବଂସାବଶେଷ ସଂଗ୍ରହ କରିବାରେ ନିୟୋଜିତ ଅଛନ୍ତି। ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଛି କି ଜରୁରୀକାଳୀନ ଅବତରଣ କରାଯାଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

- Advertisement -

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ଦୁଇ ଆହତ ପାଇଲଟ୍‌ଙ୍କୁ ହେଲିକପ୍ଟରରୁ ବାହାର କରିଥିଲେ। ଏହି ସମୟରେ ସେନାର ଉଦ୍ଧାରକାରୀ ଦଳ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ ଓ ଆହତ ଦ୍ବୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories