www.samajalive.in
Thursday, December 11, 2025
13.1 C
Bhubaneswar

ଯମୁନା ସୋନୱାଲ ଗ୍ଲୋରୀ କୁଇନ

ପୁରୀ-  ତିରୁପତି କେନ୍ଦ୍ରୀୟ ସଂସ୍କୃତ ବିଶ୍ଵବିଦ୍ୟାଳୟ ଛାତ୍ରୀ ଯମୁନା ସୋନୱାଲ ଚଳିତ ବର୍ଷର ଗ୍ଲୋରୀ କୁଇନ ହୋଇଛନ୍ତି। ଶୁକ୍ରବାର ପୁରୀ ବେଳାଭୂମିରେ ଅନୁଷ୍ଠିତ ଗ୍ଲୋରୀ ଫେଷ୍ଟ୍ ଉଦଯାପନ ଉତ୍ସବରେ ତାଙ୍କୁ ପୁରସ୍କୃତ କରାଯାଇଛି। ପୁରୀ ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ତିଶା ମିଶ୍ର ଦ୍ଵିତୀୟ ଏବଂ ହାଇଟେକ୍ ନର୍ସିଂ କଲେଜ ଛାତ୍ରୀ ଅଭିଲିପ୍ସା ନାୟକ ତୃତୀୟ ରନର୍ସ ଅପ୍ ହୋଇଛନ୍ତି।
ଭାରତୀୟ ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଡାକ୍ତର ସମ୍ବିତ ପାତ୍ର, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲ୍ଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ଶଙ୍କର ପରିଡା, ଶିଳ୍ପପତି ରାଜ କିଶୋର ପାତ୍ର, ପ୍ରଭାସ ମହାନ୍ତି ଅତିଥି ଭାବେ ଯୋଗ ଦେଇଥିଲେ। ଜାତୀୟ ଯୁବ ସମନ୍ଵିତ କେନ୍ଦ୍ର ପକ୍ଷରୁ ୪ ଦିନ ଧରି ଜାତୀୟ ଅନ୍ତଃ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ସାଂସ୍କୃତିକ ଉତ୍ସବ ଅନୁଷ୍ଠିତ ହେଇଥିଲା। ଅନୁଷ୍ଠାନ ଅଧ୍ୟକ୍ଷ ପ୍ରଫେସର ହରେକୃଷ୍ଣ ଶତପଥୀ, କାର୍ଯକାରୀ ଅଧ୍ୟକ୍ଷ ରାଜେଶ କୁମାର ମହାନ୍ତି ଏବଂ ସାଧାରଣ ସମ୍ପାଦକ ଦେବେନ୍ଦ୍ର ପ୍ରସାଦ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ୨୭ଟି ରାଜ୍ୟରୁ ୨୭୫ ଛାତ୍ର ଛାତ୍ରୀ ସେଥିରେ ଅଂଶ ଗ୍ରହଣ କରିଥିଲେ।ରାଉରକେଲା ସରକାରୀ ମହାବିଦ୍ୟାଳୟ ଦଳଗତ ଚମ୍ପିୟନ ହୋଇ ଥିବାବେଳେ କେନ୍ଦ୍ରୀୟ ସଂସ୍କୃତ ବିଶ୍ଵବିଦ୍ୟାଳୟ ସଦାଶିବ ପରିସରର ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଟାଲେଣ୍ଟ ଅଫ୍ ଦି ଇୟର ଭାବେ ପୁରସ୍କୃତ ହୋଇଛନ୍ତି
ବାଲେଶ୍ଵର ଫକୀର ମୋହନ ବିଶ୍ବବିଦ୍ୟାଳୟକୁ ଶୃଙ୍ଖଳିତ ଦଳ ଭାବେ ପୁରସ୍କୃତ କରାଯାଇଛି। ଏହାସହ ଅନ୍ୟାନ୍ୟ ୭ ଗୋଟି ବିଭାଗରେ ହୋଇଥିବା ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ମଞ୍ଚରେ ପୁରସ୍କୃତ କରାଯାଇଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories