www.samajalive.in
Thursday, December 11, 2025
16.1 C
Bhubaneswar

ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଯାଜପୁର : ଜିଲା ଗ୍ରାମ୍ୟ ଊନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ସୋମବାର ପୂର୍ବାହ୍ନରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକ୍ରିୟାରେ କରିବାକୁ ପରାମର୍ଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ । ତେଣୁ ପ୍ରତ୍ୟେକ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିôସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ଏହି ଶୁଣାଣିରେ ମୋଟ ୨୫୦ ଗୋଟି ଅଭିଯୋଗ ମଧ୍ୟରୁ ୨୪୫ ଗୋଟି ବ୍ୟକ୍ତିଗତ, ୨୩ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ ୩୪ ଗୋଟି, ସାମୂହିକ ୫ ଗୋଟି ଆବେଦନ ପତ୍ର ମିଳିଥିଲା । ତତ୍‌କ୍ଷଣାତ୍ ୧୩୧ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀମାନଙ୍କ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା ।

ପ୍ରକାଶ ଥାଉକି, ଚଳିତ ମାସ ଅଗଷ୍ଟ ୮ ତାରିଖ ସୋମବାର କେ.ଏନ୍.ଡି.ଏ. ସମ୍ମିଳନୀ ଗୃହ, କଳିଙ୍ଗନଗର ଠାରେ, ଅଗଷ୍ଟ ୧୬ ତାରିଖ ମଙ୍ଗଳବାର ଦଶରଥପୁର ବ୍ଲକ କାର୍ଯ୍ୟାଳୟଠାରେ, ଅଗଷ୍ଟ ୨୨ ତାରିଖ ସୋମବାର ବଡଚଣା ବ୍ଳକ କାର୍ଯ୍ୟାଳୟ ଏବଂ ୨୯ ତାରିଖ ସୋମବାର ବରୀ ବ୍ଳକ କାର୍ଯ୍ୟାଳୟଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ବୋଲି ଜିଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି ।

- Advertisement -

ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର, ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ, ଏସଡିପିଓ ସରୋଜ କୁମାର ଉପାଧ୍ୟାୟ, ଯାଜପୁର ବିଡିଓ ସୌରଭ ଚକ୍ରବର୍ତ୍ତୀ, ଯାଜପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ,ଜିଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତ୍ତମା ପୃଷ୍ଟି , ଅତିରିକ୍ତ ତହସିଲଦାର କ୍ଷୀରୋଦ କୁମାର ଦାସ, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ, ଜିଲା ସଂସ୍କୃତି ଅଧିକାରୀ ଦୁର୍ୟ୍ୟୋଧନ ମଲ୍ଲିକ ଓ ଜିଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories