www.samajalive.in
Sunday, December 7, 2025
23.1 C
Bhubaneswar

ଚନ୍ଦାହାଣ୍ଡି ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର

ନବରଙ୍ଗପୁର: ଚନ୍ଦାହାଣ୍ଡି ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର ସୋମବାର ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସଭା ଗୃହରେ ଜିଲାପାଳ ଡକ୍ଟର କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚନ୍ଦାହାଣ୍ଡି ପଞ୍ଚାୟତ ସମିତିର ବିଭିନ୍ନ ଅଞ୍ଚଳରୁ ଜିଲାପାଳ ନିଜର ତଥା ନିଜ ଅଞ୍ଚଳର ସମସ୍ୟା, ଆପତ୍ତି ଅଭିଯୋଗ ଜଣାଇବା ପାଇଁ ଆସିଥିବା ୫୫ ଜଣଙ୍କର ନାମ ପଞ୍ଜିକରଣ କରାଯାଇଛି । ସେଥି ମଧ୍ୟରୁ ୩୩ ଜଣଙ୍କର ବ୍ୟକ୍ତିଗତ ଆପତ୍ତି ଅଭିଯୋଗ ରହିଥିବାବେଳେ ୨୨ଗୋଟି ଗୋଷ୍ଠୀଗତ ଥିଲା। ଏଥିରେ ପାନୀୟଜଳ, ସ୍ବାସ୍ଥ୍ୟ ସେବା, ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ ଭତ୍ତା, ଶିକ୍ଷା ବ୍ୟବସ୍ଥା, ଗ୍ରାମାଞ୍ଚଳ ଉନ୍ନୟନ ବିଭାଗ ସଂପୃକ୍ତ ରାସ୍ତା ନିର୍ମାଣ, ଜମି ପଟ୍ଟା, ବିଜୁଳି ବ୍ୟବସ୍ଥା, ସମନ୍ୱିତ ଶିଶୁ ବିକାଶ, କୃଷି ବୀମା, ରେସନ କାର୍ଡ, ଅନାଥ ଶିଶୁମାନଙ୍କୁ ଭରଣ ପୋଷଣ ଥଇଥାନ, ସାମାଜିକ, ପାରିବାରିକ ସମସ୍ୟା, କର୍ମ ନିଯୁକ୍ତି, ସାମାଜିକ ସୁରକ୍ଷା, ଜମିଜମା ସଂକ୍ରାନ୍ତୀୟ ଇତ୍ୟାଦି ଅନ୍ତର୍ଭୁକ୍ତ। ଜିଲାପାଳ ଡକ୍ଟର ମିଶ୍ର ଲୋକଙ୍କର ସମସ୍ୟା, ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଜଣାଇବା ପାଇଁ ଆସିଥିବା ଜନସାଧରଣଙ୍କୁ ଭେଟି ତାଙ୍କର ଆପତ୍ତି ଅଭିଯୋଗ ଶୁଣାଣୀ କରିଛନ୍ତି। ଏହା ସହିତ ଏଥି ସଂପୃକ୍ତ ଦରଖାସ୍ତ ସମସ୍ତଙ୍କଠାରୁ ଗ୍ରହଣ କରି ଏହାର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ନିଜ ନିଜ ସ୍ତରରେ ଲୋକଙ୍କର ରହିଥିବା ସମସ୍ୟାର ସମାଧାନ କରିବା ପାଇଁ ଅଧିକ ଯତ୍ନବାନ୍ ହେବାସହିତ ସେବା ମନୋଭାବ ନେଇ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଆଗାମୀ ଜନଶୁଣାଣୀ ଶିବିରରେ ନିଜ ନିଜ ବିଭାଗର ପୂର୍ଣ୍ଣ ତଥ୍ୟ ସହିତ ଉପସ୍ଥିତ ରହିବା ପାଇଁ ମଧ୍ୟ ଜିଲାପାଳ ଡକ୍ଟର ମିଶ୍ର ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଜନ ଶୁଣାଣୀ ଶିବିରରେ ଜିଲ। ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ରତ୍ନାକର ସାହୁ, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର କାଳୀ ପ୍ରସାଦ ବେହେରା, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଅଭିମନ୍ୟୁ ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ, ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ସଞ୍ଜୀବ କୁମାର ସାହୁ, ଉପନିର୍ଦେଶକ କୃଷି ଉଦ୍ୟାନ ଭିଭାଗ ଡକ୍ଟର ପ୍ରଦୋଷ କୁମାର ପଣ୍ଡା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ୍, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ସୁରେଶ କୁମାର ପଟ୍ଟନାୟକ, ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ, ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ, ସଭ୍ୟା, ପଞ୍ଚାୟତ ସମିତି ଅଧ୍ୟକ୍ଷା, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ବ୍ଲକ ଅଧିକାରୀ, ପୁଲିସ ପ୍ରଶାସନ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଜିଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ୪ଜଣ ଦିବ୍ୟଙ୍ଗଙ୍କୁ ଟ୍ରାଇ ସାଇକଲ, ୫ ଜଣ ଦିବ୍ୟାଙ୍ଗଙ୍କୁ ହ୍ବିଲ ଚେୟାର ଜିଲାପାଳ ଡକ୍ଟର ମିଶ୍ରଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।

 

- Advertisement -

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories