www.samajalive.in
Saturday, December 13, 2025
23.1 C
Bhubaneswar

ନବରଙ୍ଗପୁରରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର

ନବରଙ୍ଗପୁର: ନବରଙ୍ଗପୁର ଜିଲାପାଳଙ୍କ କାର୍ଯ୍ୟାଳୟର ସଭାଗୃହରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୫୦ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା। ସେଥି ମଧ୍ୟରୁ ସାତ ଗୋଟି ଗୋଷ୍ଠୀଗତ ହୋଇଥିବା ବେଳେ ବଳକା ୪୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିଲା। ସେଥିରୁ ଜମିଜମା, ବାର୍ଦ୍ଧକ୍ୟ ଭତ୍ତା, ପଡି କାର୍ଡ, ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ଓ ହଷ୍ଟେଲରେ ନାମ ଲେଖା, ନିଯୁକ୍ତି ଏବଂ ଉଚ୍ଚ ଚିକିତ୍ସା ଏବଂ ଉଚ୍ଚ ଶିକ୍ଷା ପାଇଁ ସରକାରୀ ଆର୍ଥିକ ସହାୟତା ପ୍ରଦାନ ଇତ୍ୟାଦି ସଂକ୍ରାନ୍ତୀୟ ଅଭିଯୋଗର ଶୁଣାଣି ହୋଇଥିଲା। ଭାରତମାଳା ପ୍ରକଳ୍ପ ରେ ହରାଇଥିବା ଜମିର ପ୍ରାପ୍ୟ ପ୍ରଦାନ ଏବଂ ବିଛିନ୍ନାଞ୍ଚଳରେ ମୋବାଇଲ ଟାୱାର ନିର୍ମାଣ ଇତ୍ୟାଦି ଆପତ୍ତି ଅଭିଯୋଗ ଜିଲ୍ଲାପାଳ ଡ଼ଃ. କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ।ଏଥିରେ ଜିଲ୍ଲାପାଳଙ୍କ ବ୍ୟତୀତ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ରତ୍ନାକର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ କାଳି ପ୍ରସାଦ ବେହେରା, ସମନ୍ନିତ ଜନଜାତି ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଅଭିମନ୍ୟୁ ମାଝୀ, ଜିଲା ଯୋଗାଣ ଅଧିକାରୀ ସଂଜୀବ କୁମାର ସାହୁ, ଉଠ।ଜଳ ସେଚନ ବିଭାଗର ନିର୍ବାହୀଯନ୍ତ୍ରୀ ଦିଲ୍ଲୀପ କୁମାର ଦାସ, ପୂର୍ତ୍ତବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଦୀପ ମିଶ୍ର, ଗ୍ରାମ୍ୟ ଜଳ ଯୋଗଣ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଅମରେନ୍ଦ୍ର ପାଢ଼ୀ, ଜିଲା ସମାଜକଲ୍ୟାଣ ଅଧିକାରୀ ସ୍ବର୍ଣ୍ଣଲତା ବିଶ୍ୱାସ, ଜିଲା ସମାଜ ମଙ୍ଗଳ ଅଧିକାରୀ ସୁଧାଂଶୁ ପାତ୍ର, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲଙ୍କ ସମେତ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ପରେ ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ତିନିଜଣ ଭିନ୍ନକ୍ଷମଙ୍କୁ ତିନୋଟି ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା ।

Hot this week

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

Related Articles

Popular Categories