www.samajalive.in
Monday, December 8, 2025
16.1 C
Bhubaneswar

ବ୍ଲକସ୍ତରୀୟ ମନରେଗା ଜନଶୁଣାଣୀ ଶିବିର

ରାମନାଗୁଡା: ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ସମ୍ମୀଳନୀ କକ୍ଷଠାରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଏପିଡି ଭୀମସେନ ଶବର, ନବ ନିର୍ବାଚିତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ଉପାଧ୍ୟକ୍ଷ, ବିଡ଼ିଓ ବେଣୁଧର ଶବର, କଜୋନ ଜିଲ୍ଲା ପରିଷଦ ସଭ୍ୟ ତାଙ୍ଗୁଡୁ ଶ୍ରୀଧର, ଖଜୋନ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଗମାଙ୍ଗଙ୍କ ସମେତ ସମସ୍ତ ପଞ୍ଚାୟତ ନବ ନିର୍ବାଚିତ ସରପଞ୍ଚ ଓ ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଏଥିରେ ୨୦୨୦-୨୧ଆର୍ଥିକ ବର୍ଷରେ ସର୍ବମୋଟ ୪ଲକ୍ଷ ୫ହଜାର ୬ଶହ ୪୩ ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ୬୦୬ଟି ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ୨୩୭ଟି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଥିବା ସୂଚନା ମିଳିଛି। ତେବେ ୧୨ଗୋଟି ପଞ୍ଚାୟତରେ ସର୍ବମୋଟ ୯କୋଟି ୩୩ଲକ୍ଷ ୩୦ହଜାର ୪୮୦ଟଙ୍କା ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଥିବା ବେଳେ ପ୍ରାରଶ୍ରମିକ ବାବଦକୁ ୭କୋଟି ୬୪ଲକ୍ଷ ୮୧ହଜାର ୭୪ଟଙ୍କା ପ୍ରଦାନ କରାଯାଇଥିବା ଶିବିରରେ ସୂଚନା ଦିଆଯାଇଥିଲା। ସେହିପରି ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧିନରେ ୨୦୨୦-୨୧ ଆର୍ଥିକ ବର୍ଷରେ ପ୍ରାଥମିକ ଅଗ୍ରାଧିକାର ପରିବାର ଅଧିନରେ ୧୧ହଜାର ୬୮୨ଜଣ ହିତାଧିକାରୀଙ୍କୁ ସାମିଲ କରାଯାଇଥିବା ବେଳେ ଅନ୍ତୋଦୟ ଅନ୍ନ ଯୋଜନା ଅଧିନରେ ୨ହଜାର ୨ଶହ ୧୧ଜଣ ହିତାଧିକାରୀଙ୍କୁ ସାମିଲ କରାଯାଇ ଯୋଗାଣ ନିରୀକ୍ଷକ ସିପ୍ରା ସାମଲ ସୂଚନା ଦେଇଛନ୍ତି। ତେବେ ଏଥିରେ ବ୍ଲକ ଲାଇନ ବିଭାଗୀୟ ଅଧିକାରୀଙ୍କ ସମେତ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ଏପିଓ ସୁମିତ୍ରା ପାଣ୍ରୀଗ୍ରାହୀ ଓ ଯୋଗାଣ ନିରୀକ୍ଷକ ସିପ୍ରା ସାମଲ ପରିଚାଳନା କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories