www.samajalive.in
Saturday, December 6, 2025
26.1 C
Bhubaneswar

କେନ୍ଦ୍ରୀୟ ସଂଚାର ବୁରୋ କେନ୍ଦୁଝର ପକ୍ଷରୁ ଜନଜାତୀୟ ଗୌରବ ଦିବସ ପାଳିତ

ଡେସ୍କ: ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଂଚାର ବୁରୋ, କ୍ଷେତ୍ର କାର୍ଯ୍ୟାଳୟ କେନ୍ଦୁଝର ପକ୍ଷରୁ କେନ୍ଦୁଝର ସଦର ବ୍ଲକ ଅଧୀନ ତାଳପଦା ଗ୍ରାମଠାରେ ଜନଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି। ଦୁଇ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସୂଚନାଧର୍ମୀ ବିଷୟବସ୍ତୁ ସ୍ଥାନ ପାଇଥିଲା। ତେବେ ଆଜିର ଏହି କାର୍ଯ୍ୟକ୍ରମରେ ମୈଦାନକେଲ ସରପଞ୍ଚ ଭାଗିରଥି ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ସ୍ଥାନୀୟ ଗ୍ରାମବାସୀ ଏବଂ ମା’ମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ପରେ କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରି ଶ୍ରୀ ସିଂ ଭାରତ ସରକାରଙ୍କ ବିଭିନ୍ନ ଯୋଜନା ଓ ଆଜି ଦିନର ମହତ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋଚନା କରି କହିଥିଲେ ଯେ, ଭଗବାନ ବିର୍ସା ମୁଣ୍ଡାଙ୍କ ଜୀବନ ଦେଶ ତଥା ଆଦିବାସୀ ଭାଇ ଭଉଣୀଙ୍କ ଲାଗି ଉତ୍ସର୍ଗୀକୃତ ଥିଲା, ତେଣୁ ସେହି ମହାନ ଆତ୍ମାଙ୍କୁ ଆଜି ମନେ ପକାଇବାର ଆବଶ୍ୟକତା ରହିଛି। ସେହିଭଳି ନରଣପୁର ବନଖଣ୍ଡ ଅଧିକାରୀ କାଳନ୍ଦୀ ଚରଣ ସାମଲ, ପଂଚାୟତ ଅଧିକାରୀ କ୍ଷେତ୍ରବାସୀ ଜେନା, ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ନାୟକ, ସମାଜସେବୀ ପ୍ରମିଳା ମହନ୍ତ ଓ ବିଭୁତି ଭୂଷଣ ନାୟକ ପ୍ରମୁଖ ସମ୍ମାନିତ ଅତିଥି ଓ ବକ୍ତା ଭାବେ ଯୋଗ ଦେଇଥିଲେ।

- Advertisement -

ଆଜିର ଏହି କାର୍ଯ୍ୟକ୍ରମରେ ଗତକାଲି ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। କେନ୍ଦୁଝର ସିବିସିର କ୍ଷେତ୍ର ପ୍ରଚାର ଅଧିକାରୀ ପାର୍ଥସାରଥୀ ମଲ୍ଲିକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପ୍ରଦୀପ କୁମାର ନାୟକ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ମୟୁରଭଞ୍ଜର ଗୋପୀନାଥ ଜୀଉ ସଂକୀର୍ତନ ପାଲା ମଣ୍ଡଳୀ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ବହୁ ସଂଖ୍ୟାରେ ମହିଳା ଓ ସ୍ଥାନୀୟ ଗ୍ରାମବାସୀ ସାମିଲ ହୋଇଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories