ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଘୋଷଣା କ୍ରମେ ମହାନ ଜନଜାତି ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ନଭେମ୍ବର ୧୫ ତାରିଖକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି କ୍ରମରେ ଭୁବନେଶ୍ବରସ୍ଥିତ କିସ୍ ବିଶ୍ବବିଦ୍ୟାଳୟ ପରିସରରେ ଜନଜାତୀୟ ଗୌରବ ଦିବସ ଆୟୋଜନ କରାଯିବ । ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ କେନ୍ଦ୍ର ସଂସଦୀୟ ବ୍ୟାପାର ଓ ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ । ଏହାଛଡ଼ା ବହୁ ବିଶିଷ୍ଟ ବ୍ୟକ୍ତି ମଧ୍ୟ ସମାରୋହରେ ଅଂଶଗ୍ରହଣ କରିବେ । କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରଣାଳୟର ଯୁଗ୍ମ ସଚିବ ଉମା ନନ୍ଦୁରୀ, ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ ଅଶ୍ବିନୀ ପାତ୍ର, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଜନଜାତି ଉଦ୍ୟମୀ ଏବଂ ସଫଳ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯିବ। କିସ୍ ଛାତ୍ରଛାତ୍ରୀଙ୍କ ଦ୍ବାରା ଜନଜାତି ନୃତ୍ୟ ପରିବେଷଣ କରାଯିବ । ବିଶିଷ୍ଟ ଜନଜାତି ଅତିଥି କଳାକାର ମାନେ କାର୍ଯ୍ୟକ୍ରମ ଅବସରରେ ଢେମସା ନୃତ୍ୟ ପରିବେଷଣ କରିବେ ।
Popular Categories



