mission shakti banner

ରାଧାକାନ୍ତ ପଣ୍ଡା, ବିଜୟାନନ୍ଦ ସିଂହ ଓ ପରିକ୍ଷୀତ ପାତ୍ର ପାଇବେ ସମ୍ମାନଜନକ ଜାନକୀ ବଲ୍ଲଭ ସ୍ମୃତି ସମ୍ମାନ 

nua o banner

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଆସାମର ପୂର୍ବତନ ରାଜ୍ୟପାଳ ତଥା ନୂତନ ଓଡ଼ିଶାର ପ୍ରକୃତ ବିନ୍ଧାଣୀ ପ୍ରଜ୍ଞାପୁରୁଷ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯ମ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ପାଇଁ ରାଜ୍ୟସ୍ତରୀୟ ସ୍ମୃତି କମିଟି ପକ୍ଷରୁ କାର୍ଯ୍ୟକାରୀ ସଭାପତି ବିମଳେନ୍ଦୁ ମହାନ୍ତିଙ୍କ  ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ସାଧାରଣ ସମ୍ପାଦକ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ସ୍ୱାଗତ ଭାଷଣ ଦେବା ପରେ କୋଷାଧ୍ୟକ୍ଷ ବଦ୍ରୀନାଥ ପଟ୍ଟନାୟକ, ପୂର୍ବବର୍ଷମାନଙ୍କ ଭଳି ଚଳିତବର୍ଷ ସମାଜସେବା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ବଲାଙ୍ଗୀରର ପୂର୍ବତନ ବିଧାୟକ ରାଧାକାନ୍ତ ପଣ୍ଡା, ସାହିତ୍ୟ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ପ୍ରଫେସର ବିଜୟାନନ୍ଦ ସିଂହ ଏବଂ ସାମ୍ବାଦିକତା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ କେନ୍ଦ୍ରାପଡ଼ାର ବରିଷ୍ଠ ସାମ୍ବାଦିକ ପରିକ୍ଷୀତ ପାତ୍ରଙ୍କୁ ଜାନକୀ ବଲ୍ଲଭ ସ୍ମୃତି ସମ୍ମାନ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଆସନ୍ତା ୨୧ ତାରିଖ ସନ୍ଧ୍ୟା ୬ ଘଟିକା ସମୟରେ ସତ୍ୟନଗରସ୍ଥିତ ହୋଟେଲ ରୟାଲ ସୁଟରେ ଏକ ସ୍ୱତନ୍ତ୍ର ଉତ୍ସବରେ ସ୍ମୃତି ସମ୍ମାନ ପ୍ରଦାନ କରାଯିବ ବୋଲି ସାଧାରଣ ସମ୍ପାଦକ ଡଃ ଜ୍ଞାନେନ୍ଦ୍ର ପ୍ରକାଶ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପ୍ରଫେସର ଡଃ ବେଦବତୀ ମହାନ୍ତି, ପ୍ରଫେସର ଡଃ ଯୁଧିଷ୍ଠିର ଖଟୁଆ, ସନତ ଦାସ, ଆଲୋକ ମହାନ୍ତି, ଜ୍ୟୋତିଷ କୁମାର ସାହୁ, ଡଃ ନିବେଦିତା ପଟ୍ଟନାୟକ, ଶ୍ରୀମତୀ ମିତ୍ରା ରାୟ, ବରୁଣ ରାଜ, ମହମ୍ମଦ ସହାହୁଲା ଓ ଆଡ଼ଭୋକେଟ ଶାନ୍ତନୁ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.