www.samajalive.in
Wednesday, December 10, 2025
26.1 C
Bhubaneswar

ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି; ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ:ଜନ୍ମବେଦୀରେ ବିଜେ କରିଛନ୍ତି ଦାରୁବ୍ରହ୍ମ। ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତମୟ ହୋଇଛି। ଆଡ଼ପମଣ୍ଡପ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି।  ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଚକ୍ରରାଜ ସୁଦର୍ଶନଙ୍କ ସହ ତିନି ଠାକୁର ଗୋଟି ପହଣ୍ଡିରେ ଜନ୍ମବେଦୀରେ ବିରାଜମାନ କରିଛନ୍ତି । ରଥରୁ ଓହ୍ଲାଇ ପ୍ରଥମେ ସୁଦର୍ଶନ ପରେ ବଳଭଦ୍ର ଓ ସୁଭଦ୍ରା ଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ଶେଷରେ କାଳିଆ ଠାକୁର ରଥରୁ ଓହ୍ଲାଇ ଜନ୍ମବେଦୀରେ ବିଜେ କରିଛନ୍ତି । ମହାପ୍ରଭୁ ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିବା ସମୟରେ ଶରଧା ବାଲିରେ ଲକ୍ଷଲକ୍ଷ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଥିଲା । ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି, ନୃତ୍ୟ ଓ ଭଜନ କିର୍ତ୍ତନରେ ଶରଧାବାଲି ଦୁଲୁକୁଥିବା ଦେଖିବାକୁ ମିଳିଥିଲା ।

ଅନ୍ୟପଟେ ଆଜି ଆଡ଼ପ ମଣ୍ଡପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ । ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ଖାଲି ସେତିକି ନୁହେଁ ଆଜି ଭକ୍ତ ମାନେ ମହାପ୍ରଭୁଙ୍କ ଦର୍ଶନ କରିବା ସହିତ ଆଡପ ଅବଢ଼ା ମଧ୍ୟ ସେବନ କରିପାରିବେ। ଆଜିଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ପାଇପାରିବେ। ଏହି ଅବଢ଼ା ଶ୍ରଦ୍ଧାଳୁଙ୍କୁ ୬ ଦିନ ଯାଏ ମିଳିବ ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories