www.samajalive.in
Friday, December 12, 2025
14.1 C
Bhubaneswar

ଭାରସାମ୍ୟ ହରାଇ ଜନନୀ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ପାଟଣା: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅନ୍ତର୍ଗତ କପୁଣ୍ଡି ଗ୍ରାମ ପଞ୍ଚାୟତର ପଇଦା ବନ୍ଧ ନାଳ ନିକଟରେ ଆଜି ପୂର୍ବାହ୍ନରେ ଏକ ଜନନୀ ଏକ୍ସପ୍ରେସ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଡ୍ରାଇଭର ଜଣଙ୍କ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାନୁସାରେ, ପାଟଣାରୁ ଧାନବେଣୀ ରାସ୍ତା ଦେଇ ଖଡ଼ିକାପଦା ଅଭିମୁଖେ ଜଣେ ଗର୍ଭବତୀଙ୍କୁ ଡ଼ାକ୍ତରଖାନା ନେବାକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ସୂଚନାଯୋଗ୍ୟ, ଜନନୀ ଏକ୍ସପ୍ରେସରେ କୌଣସି ରୋଗୀ ନ ଥିବାବେଳେ ଉକ୍ତ ଡ୍ରାଇଭର ଜଣକ ମଦ୍ୟପାନ କରି ଗାଡ଼ି ଚଳାଉଥିବାରୁ ଏହି ଦୁର୍ଘଟଣା ଘଟିଥିବା ଘଟଣାସ୍ଥଳରେ ଉପସ୍ଥିତ ଜନସାଧାରଣଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି। ଘଟଣାସ୍ଥଳରେ ପାଟଣା ପୁଲିସ ପହଞ୍ଚି ତଦନ୍ତ କରିଥିବା ବେଳେ ଡାକ୍ତରଖାନା କର୍ତ୍ତୃପକ୍ଷ କ୍ରେନ୍ ସାହାଯ୍ୟରେ ଜନନୀ ଏକ୍ସପ୍ରେସକୁ ଉଠାଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଯାଇଥିବା ଜଣାପଡିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories