www.samajalive.in
Saturday, December 13, 2025
18.1 C
Bhubaneswar

ଜନାର୍ଦ୍ଦନ ପତିଙ୍କ ନାମାଙ୍କନ ପତ୍ର ଦାଖଲ

ଖୋର୍ଦ୍ଧା : ତୃତୀୟ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ପ୍ରାର୍ଥୀପତ୍ର ଦାଖଲର ତୃତୀୟ ଦିବସରେ ଭୁବନେଶ୍ୱର ଲୋକସଭା ଆସନ ପାଇଁ କଂଗ୍ରେସ ସମର୍ଥିତ ସିପିଆଇ(ଏମ୍‍)ର ଜନାର୍ଦ୍ଦନ ପତି ଶନିବାର ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେହିପରି ତୃଣମୂଳ କଂଗ୍ରେସର ଶୁଭ୍ରାଶୁଂ ଶେଖର ପାଢ଼ୀ ଭୁବନେଶ୍ୱର ଲୋକସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିଥିଲେ।

ଏହି ଅବସରରେ କଂଗ୍ରେସ ଓ ସିପିଆଇ(ଏମ୍‍)ଦଳର କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା ସ୍ଥାନୀୟ ଗୀତାଭବନ ପଡିଆଠାରୁ ବାହାରି ସହର ପରିକ୍ରମା କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲା। ଏହି ଶୋଭାଯାତ୍ରାରେ ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକ, ସିପିଆଇ(ଏମ୍‍) କେନ୍ଦ୍ର କମିଟି ସଭ୍ୟ ଜ୍ଞାନ ଶଙ୍କର ମଜୁମଦାର, ସିପିଆଇ(ଏମ୍‍) ରାଜ୍ୟ ସଂପାଦକ ଅଳି କିଶୋର ପଟ୍ଟନାୟକ, ସିପିଆଇ ରାଜ୍ୟ ସଂପାଦକ ଆଶିଷ କାନୁନଗୋ, ସିପିଆଇ(ଏମ୍‍) ନେତା ଅନନ୍ତ ମଙ୍ଗରାଜ, କଂଗ୍ରେସ ନେତା ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଯୋଗୀନାଥ ବାହୁବଳେନ୍ଦ୍ର ପ୍ରମୁଖ ଯୋଗ ଦେଇଥିଲେ।
ତେବେ ଆଜି ଥିଲା ପ୍ରାର୍ଥୀପତ୍ର ଦାଖଲର ତୃତୀୟ ଦିବସ। ତୃତୀୟ ଦିବସରେ ସମୁଦାୟ ୯ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା କଥା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ସେହିପରି ଶୁକ୍ରବାର ଏକାମ୍ର ଭୁବନେଶ୍ୱର ବିଧାନ ସଭା ପାଇଁ ଦୁଇ ଜଣ, ଜଟଣୀ ବିଧାନ ସଭା ପାଇଁ ଜଣେ ପ୍ରାର୍ଥୀ ମନୋନୟନପତ୍ର ଦାଖଲ କରିଥିବା କଥା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories