www.samajalive.in
Saturday, December 6, 2025
23.1 C
Bhubaneswar

ମାତୃପୁରୀରେ ଜନ୍ମାଷ୍ଟମୀ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଲାଦରପାଲିସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର କୁନିକୁନି ଛାତ୍ରଛାତ୍ରୀମାନେ ଶ୍ରୀକୃଷ୍ଣ ଓ ରାଧା ବେଶରେ ସୁସଜ୍ଜିତ ହୋଇଥିଲେ । ଭଗବାନ ଶ୍ରୀକୃଷ୍ଣଙ୍କୁ ପୂଜା କଲା ପରେ ଅଧ୍ୟକ୍ଷ ଟିକେଲାଲ ଚାନ୍ଦ ଓ ସଂଯୋଜକ ସୁନୀଳ ଖମାରୀଙ୍କ ନେତୃତ୍ୱରେ ଶ୍ରୀକୃଷ୍ଣ ଓ ରାଧା ବେଶରେ ସୁସଜ୍ଜିତ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ପୂଜା କରାଯାଇଥିଲା । ଏହାପରେ  ସ୍ଥାନୀୟ ରାମଚଣ୍ଡୀ ମନ୍ଦିରକୁ ଯାଇ ସେଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ମାତୃପୁରୀର ଜୟଶ୍ରୀ ପ୍ରଧାନ, ସୌଦାମିନୀ ପ୍ରଧାନ, ସୁମି ପ୍ରଧାନ, ସୁଶାନ୍ତ ସେଠ୍, ସରିତା ପ୍ରଧାନ, ସରୋଜ ରଥ, ଅମ୍ରିତା ପ୍ରଧାନ, ଯତୀନ୍ଦ୍ର ପ୍ରଧାନ, ରାମଚନ୍ଦ୍ର ପ୍ରଧାନ ତଥା ସମସ୍ତ ଭାଇଅପା ସକ୍ରିୟ ସହଯୋଗ କରିଥିଲେ । ଶେଷରେ କାର୍ଯ୍ୟକ୍ରମ ସଂଯୋଜକ ବବ୍ରୁବାହନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories