www.samajalive.in
Sunday, December 14, 2025
19.1 C
Bhubaneswar

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ମହୋତ୍ସବ

କଣ୍ଟାବାଞ୍ଜି : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବୁଧବାର ଜନ୍ମାଷ୍ଟମୀ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ତେଜ କୁମାର ସାହୁଙ୍କ ଅଧ୍ୟକ୍ଷତାରେ  ବିଦ୍ୟାଳୟ ପରିଚାଳନା ସମିତିର ସଭାପତି କୁଞ୍ଜବିହାରୀ ବେହେରା, ସଦସ୍ୟା ବିମଳା ନାଗ ଉପସ୍ଥିତ ରହି ଜନ୍ମାଷ୍ଟମୀର ମହତ୍ତ୍ବ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଉତ୍ସବ ଉପଲକ୍ଷେ ଛୋଟ ଛୋଟ ଭାଇଭଉଣୀମାନେ ଶ୍ରୀକୃଷ୍ଣ, ସୁଦାମା, ଯଶୋଦା ଆଦି ବେଶରେ ସୁସଜ୍ଜିତ ହୋଇ ଆସିଥିଲେ ଏବଂ ଛାତ୍ରଛାତ୍ରୀମାନେ ନୃତ୍ୟ ପ୍ରଦର୍ଶନ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ତଥା ଅଭିଭାବକ ଅଭିଭାବିକା ଏବଂ ବିଦ୍ୟାଳୟର ସମସ୍ତ ଗୁରୁଜୀ- ଗୁରୁମା. ସେବକ-ସେବିକା ପ୍ରତ୍ୟକ୍ଷ ଉପସ୍ଥିତ ରହି ସକ୍ରିୟ ଅଂଶ ଗ୍ରହଣ କରି କାର୍ଯକ୍ରମକୁ ସଫଳ କରିଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories