www.samajalive.in
Sunday, December 14, 2025
17.1 C
Bhubaneswar

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି। ଭାଦ୍ରବକୃଷ୍ଣ ପକ୍ଷ ଅଷ୍ଟମୀରେ ଦେବକୀ ଓ ବସୁଦେବଙ୍କ ପୁତ୍ର ରୂପେ କୃଷ୍ଣ ମଥୁରାରେ ଜନ୍ମ ନେଇଥିଲେ। ଓଡ଼ିଶାର ପୁରପଲ୍ଲୀରେ ଏହି ଉତ୍ସବ ମହା ସମାରୋହରେ ପାଳନ କରାଯାଏ। ଏହିଦିନ ଲୋକେ ଉପବାସ ରଖନ୍ତି ଓ ରାତି ୧୨ଟାରେ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗନ୍ତି। ଜନ୍ମାଷ୍ଟମୀ ଦିନ ଗାଁର ଭାଗବତ ଟୁଙ୍ଗୀମାନଙ୍କରେ ଅଥବା କାହାରି ଘର ବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ। ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ ହୁଏ। ଉତ୍ତର ପ୍ରଦେଶ ମଥୁରାରେ ଶ୍ରୀକୃଷ୍ଣ ଜନ୍ମଗ୍ରହଣ କରିଥିବାରୁ ଏଠାରେ ଏହି ଉତ୍ସବ ବିଶେଷ ଆଡ଼ମ୍ବର, ଉଲ୍ଲାସରେ ପାଳିତ ହୋଇଥାଏ। କୃଷ୍ଣଙ୍କର କ୍ରୀଡ଼ାଭୂମି ଗୋକୁଳ ଓ ବୃନ୍ଦାବନରେ ଅସଂଖ୍ୟ ଜନଗହଳି ହୁଏ ଓ ଏଠାରେ ଏହି ଉତ୍ସବ ପ୍ରାୟ ସାତଦିନବ୍ୟାପି ପାଳିତ ଚାଲେ। ଗୁଜରାଟର ଦ୍ୱାରକାରେ ଥିବା ଦ୍ୱାରିକାଧିଶ ମନ୍ଦିରରେ ମଧ୍ୟ ଏହି ଉତ୍ସବ ବହୁ ଜାକଜମକରେ ପାଳିତ ହୁଏ। ମହାରାଷ୍ଟ୍ରରେ ଜନ୍ମାଷ୍ଟମୀ ଅବସରରେ ଦହି ହାଣ୍ଡି ଭଙ୍ଗାଯାଏ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories