www.samajalive.in
Friday, December 12, 2025
23.1 C
Bhubaneswar

ଜାପାନରେ ୬.୭ ତୀବ୍ରତାର ଭୂକମ୍ପ : ସୁନାମି ସତର୍କତା ଜାରି

ଟୋକିଓ : ଆଜି ସକାଳେ ଜାପାନର ଉତ୍ତର ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ତୀବ୍ରତା ରିକ୍ଟର ସ୍କେଲରେ ୬.୭ ରେକର୍ଡ କରାଯାଇଛି। ଏହା ପରେ ପାଣିପାଗ ବିଭାଗ ସୁନାମି ଆସିବାର ଆଶଙ୍କା କରି ସତର୍କ ସୂଚନା ଜାରି କରିଛି । ଭୂକମ୍ପର କେନ୍ଦ୍ର ସ୍ଥଳ ୟାମାଡା ଅଞ୍ଚଳରୁ ପ୍ରାୟ ୭୮ ମାଇଲ ପୂର୍ବ ଦିଗରେ ସମୁଦ୍ର ଭିତରେ ଥିଲା । ଏହାର ପ୍ରଭାବରେ ଇୱାଟେ ଅଞ୍ଚଳରେ ପ୍ରାୟ ୧ ମିଟର (୩.୩ ଫୁଟ) ଉଚ୍ଚର ସମୁଦ୍ର ଢେଉ ଆସିବାର ସମ୍ଭାବନା ଅଛି । ତେଣୁ ଲୋକମାନଙ୍କୁ ସମୁଦ୍ର କୂଳରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି ।

ଭାରତୀୟ ସମୟ ସକାଳ ୮ଟା ୧୪ରେ ଏହି ଭୂମିକମ୍ପ ହୋଇଥିଲା। ଏହାର ଗଭୀରତା ୧୦.୭ କିଲୋମିଟର ଥିଲା। ଯାହା ଏହାକୁ ବିପଦପୂର୍ଣ୍ଣ କରିଦେଇଥିଲା। ଭୂମିକମ୍ପ ଉପକୂଳ ନିକଟରେ ହୋଇଥିଲା । ବର୍ତ୍ତମାନ୍ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। କିନ୍ତୁ ଭୂମିକମ୍ପ ହେବା ମାତ୍ରେ ସ୍ଥାନୀୟ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ଦୌଡ଼ି ପଳାଇ ଆସିଥିଲେ।

- Advertisement -

ଏହି ସପ୍ତାହରେ ଜାପାନରେ ଏକାଧିକଥର ଭୂକମ୍ପ ଅନୁଭୂତ ହୋଇଛି। ସୋମବାର ଦିନ ୭.୬ ତୀବ୍ରତାର ଭୂକମ୍ପ ହୋଇଥିଲା। ଯେଉଁଥିରେ ୫୦ରୁ ଅଧିକ ଲୋକ ଆହତ ହୋଇଥିଲେ। ଏଥିରେ ଅନେକ ରାସ୍ତାଘାଟରେ ଫାଟ ଆସିବା ସହ କୋଠାଘର ଗୁଡିକ ଥରି ଉଠିଥିଲା। ସେହିପରି ମଙ୍ଗଳବାର ଦିନ ହୋଞ୍ଚୋ ସହରରେ ୬.୭ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ବୁଧବାର ଦିନ, ଆଓମୋରି ଏବଂ ହୋକାଇଡୋରେ ୬.୫ ତୀବ୍ରତାର ଏକ ଭୂମିକମ୍ପ ହୋଇଥିବାବେଳେ ଶୁକ୍ରବାର ୬.୭ ତୀବ୍ରତାର ଭୂମିକମ୍ପ ହୋଇଛି। ଅର୍ଥାତ୍ ଏହି ସପ୍ତାହରେ ଚତୁର୍ଥ ଥର ପାଇଁ ଜାପାନ ଥରି ଉଠିଛି।

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories