www.samajalive.in
Monday, December 8, 2025
27.1 C
Bhubaneswar

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଟଣୀରେ ବୋମା ମାଡ଼

ଭୁବନେଶ୍ବର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଟଣୀ ମୁଣ୍ଡିଆ ସାହିରେ ବୋମାମାଡ଼। ବୋମାମାଡ଼ରେ ଘରର ଆଜ୍‌ବେଷ୍ଟେସନ୍‌ ଭାଙ୍ଗି ଚୁରମାର ହୋଇଥିବାବେଳେ କାନ୍ଥ ଫାଟି ଯାଇଥିବା ଜଣାପଡ଼ିଛି। ଏହି ବୋମାମାଡ଼ରେ ଜଣେ ପୁରୁଷ ଓ ଜଣେ ମହିଳା ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ପ୍ରାୟ ୭ଟି ବୋମା ପଡ଼ିଥିବା ସୂଚନା ମିଳିଛି। ଆହତଙ୍କୁ ଜଟଣୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
ଜଟଣୀ ମୁଣ୍ଡିଆ ସାହିରେ ବୋମାମାଡ଼ ହୋଇଥିବା ସୂଚନା ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ବୋମାମାଡ଼ କ’ଣ ପାଇଁ ହୋଇଛି ଏବଂ କି’ଏ କରିଛି ତାହା ଜାଣିବା ପାଇଁ ପୁଲିସ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ପୁଲିସ ଛାନ୍‌ଭିନ୍‌ କରୁଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁଯାୟୀ ଜଟଣୀ ମୁଣ୍ଡିଆ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ଗତ ଦୁଇଦିନ ତଳେ ମାଛ ବ୍ୟବସାୟକୁ କେନ୍ଦ୍ର କରି ଦୁଇଜଣ ବ୍ୟବସାୟୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି କାରଣ ପାଇଁ ଜଣେ ବ୍ୟବସାୟୀ ଅନ୍ୟଜଣଙ୍କ ଘର ଉପରକୁ ୭ଥର ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଫେରାର ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ଛାନ୍‌ଭିନ୍‌ ଆରମ୍ଭ କରିଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories