www.samajalive.in
Saturday, December 6, 2025
26.1 C
Bhubaneswar

ଜୟ ଢୋଲକିଆ ବିଜେପି ପ୍ରାର୍ଥୀ: କାଲି କରିବେ ନାମାଙ୍କନ ଦାଖଲ

ସମାଜ ଡିଜିଟାଲ ଡେସ୍କ: ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି । ଜୟ ଢୋଲକିଆଙ୍କ ନାମରେ ମୋହର ମାରିଛି ବିଜେପି । ଜୟ ଢୋଲକିଆ ହିଁ ନୂଆପଡାରୁ ପ୍ରାର୍ଥୀ ହୋଇଥିବା ବିଧିବଦ୍ଧ ଭାବରେ ଘୋଷଣା କରାଯାଇଛି । ପୂର୍ବରୁ ଜୟଙ୍କ ନାମ ଚର୍ଚ୍ଚା ହେଉଥିବା ବେଳେ ଏବେ ଦଳ ତାଙ୍କ ନାମ ହିଁ ଘୋଷଣା କରିଛି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିବେ ଜୟ ।

- Advertisement -

ଗତ ୧୧ତାରିଖ ଦିନ ବିଜେପିରେ ସାମିଲ ହୋଇଥିଲେ ଜୟ ଢୋଲକିଆ । ଏହାପରେ ନୂଆପଡା ରାଜନୈତିକ ସମୀକରଣ ପୁରା ବଦଳି ଯାଇଥିଲା । ବିଜେଡିରୁ ଜୟ ଢୋଲକିଆ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେବା ପରେ ହଠାତ୍‍ ଜୟ ଢୋଲକିଆ ବିଜେପି ଶିବିରରେ ଦେଖାଦେଇଥିଲେ । ପିତାଙ୍କ ଦେହାନ୍ତ ପରେ ବିଜେପିରେ ସାମିଲ ହେବାରୁ ବିଜେଡି ଜୟଙ୍କୁ ସିଧାସଳଖ ଟାର୍ଗେଟ କରିଥିଲା ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories