www.samajalive.in
Saturday, December 6, 2025
23.1 C
Bhubaneswar

‘ପରୀ’ ହତ୍ୟା ମାମଲାର ସିବିଆଇ ତଦନ୍ତ କରାଯାଉ: ଜୟନାରାୟଣ ମିଶ୍ର

ସମ୍ବଲପୁର: ‘ପରୀ’ ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବି କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର । ସମ୍ବଲପୁର ବିଜେପି ଜିଲା ଶାଖା ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ ରେଙ୍ଗାଲୀ ବିଧାୟକ ନାଉରି ନାଏକ ଦାବି କରିଛନ୍ତି ଯେ, ପରୀ ହତ୍ୟା ମାମଲାରେ ରାଜ୍ୟ ସରକାର ମନ୍ତ୍ରୀ ଅରୁଣ ସାହୁଙ୍କୁ ତୁରନ୍ତ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରନ୍ତୁ। ଏହା ସହ ରାଜ୍ୟରେ ୫୦୦୦ରୁ ଊର୍ଦ୍ଧ୍ଵ ଶିଶୁ ନିଖୋଜ ଥିବା ଘଟଣାର ସିବିଆଇ ତଦନ୍ତ କରାଯାଉ।

ସମ୍ବଲପୁର ଜିଲାରେ ମଧ୍ୟ ଗୋଟିଏ ବର୍ଷ ଭିତରେ ୮୦ ଶିଶୁ ନିଖୋଜ ହୋଇଯାଇଛନ୍ତି। ଜିଲାରେ ଶିଶୁଙ୍କ ସୁରକ୍ଷା ପାଇଁ କାର୍ଯ୍ୟ କରୁଥିବା ଜିଲା ଶିଶୁ ସୁରକ୍ଷା କମିଟି ନିଷ୍କ୍ରିୟ ହୋଇ ପଡିଥିବା ବିଧାୟକ ନାଉରୀ ନାଏକ ଅଭିଯୋଗ କରିଛନ୍ତି। ଆଗାମୀ ଦିନରେ ସମ୍ବଲପୁର ଜିଲା ସମେତ ସାରା ରାଜ୍ୟରେ ନିଖୋଜ ଶିଶୁମାନଙ୍କୁ ଉଦ୍ଧାର କରାଯିବା ସହ ସେମାନଙ୍କ ପାଇଁ ବିଜେପି ରାଜରାସ୍ତାକୁ ଓହ୍ଲାଇ ଲଢେଇ କରିବ ବୋଲି ଜିଲା ଶାଖା ପକ୍ଷରୁ ଚେତାବନୀ ଦିଆଯାଇଛି । ସାମ୍ବାଦିକ ସମ୍ମିଳନୀରେ ଜିଲା ସଭାପତି ଗିରୀଶ ପଟେଲ, ଜିଲା ପରିଷଦ ଅଧ୍ୟକ୍ଷ ରାଧେଶ୍ୟାମ ବାରିକ, ଜିଲା ସାଧାରଣ ସମ୍ପଦକ ଅନିଲ ବେହେରା ଓ ଗଣମାଧ୍ୟମ ସଂଯୋଜକ ମାନସ ବକ୍ସି ଉପସ୍ଥିତ ଥିଲେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories