www.samajalive.in
Sunday, December 14, 2025
26.1 C
Bhubaneswar

ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର : ପୂର୍ବତନ ସାଂସଦ ତଥା ଭୂତପୂର୍ବ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କର ବୁଧବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ବର୍ଷ ହୋଇଥିଲା । ସେ ବାର୍ଦ୍ଧକ୍ୟଜନିତ ରୋଗରେ କିଛିଦିନ ହେଲା ପୀଡ଼ିତ ଥିଲେ। ବୁଧବାର ରାତି ୧୦ଟାରେ ଏକ ଘରୋଇ ହସ୍‌ପିଟାଲରେ ତାଙ୍କର ପରଲୋକ ଘଟିଥିବା ପୂର୍ବତନ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି । ମୃତ୍ୟୁଶଯ୍ୟା ନିକଟରେ ‘ସମ୍ବାଦ’ର ସମ୍ପାଦକ ତଥା ବିଧାୟକ ଜାମାତା ସୌମ୍ୟରଞ୍ଜନ ପଟ୍ଟନାୟକ, ଝିଅ ସୁଦତ୍ତା ପଟ୍ଟନାୟକ ଓ ପୁତ୍ର ପୃଥ୍ବୀ ବଲ୍ଲଭ ପଟ୍ଟନାୟକ ଉପସ୍ଥିତ ଥିଲେ। ଆସନ୍ତକାଲି ସ୍ବର୍ଗଦ୍ବାରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ।
୧୯୩୨ ମସିହା ଏପ୍ରିଲ ୭ତାରିଖରେ ଗଞ୍ଜାମ ଜିଲା ଆସ୍କାରେ ଜୟନ୍ତୀ ଜନ୍ମଗ୍ରହଣ କରିଥିଲେ। ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନିରଞ୍ଜନ ପଟ୍ଟନାୟକଙ୍କ କନ୍ୟା ଜୟନ୍ତୀ ଆସ୍କା ହରିହର ହାଇସ୍କୁଲରୁ ଶିକ୍ଷା ସମାପ୍ତ ପରେ ଶୈଳବାଳା ମହିଳା ମହାବିଦ୍ୟାଳୟରୁ ସମାଜ ସେବାରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ପରବର୍ତ୍ତୀ ସମୟରେ ମୁମ୍ବଇର ଟାଟା
ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ୍‌ ସାଇନ୍ସରେ ଉଚ୍ଚଶିକ୍ଷା ଗ୍ରହଣ କରିଥିଲେ। ୧୯୫୩ ମସିହାରେ ସେ ବିଶିଷ୍ଟ ରାଜନୀତିଜ୍ଞ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ବିବାହ କରିଥିଲେ। ସେ ଜାତୀୟ ମହିଳା କମିଶନର ଅଧ୍ୟକ୍ଷା ହୋଇ ୧୯୯୨ରୁ ୧୯୯୫ ପର୍ଯ୍ୟନ୍ତ ଦାୟିତ୍ବରେ ଥିଲେ। ୩ଥର ଲୋକସଭାକୁ ଓ ଥରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ଜଣେ ସମାଜସେବୀ, ସା​ହିତ୍ୟିକା​‌ ଓ ରାଜନେତ୍ରୀ ଭାବେ ଜୟନ୍ତୀ ପଟ୍ଟନାୟକ ବେଶ ସୁନାମ ଅର୍ଜନ କରିଥିଲେ । ସେ ମଧ୍ୟ ପୌରୁଷ ପତ୍ରିକାର ସଂପାଦକ ଥିଲେ।

ତାଙ୍କ ବିୟୋଗରେ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ରାଜ୍ୟପାଳ ପ୍ରପେସର ଗଶେଶୀ ଲାଲ ଓ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଶୋକ ପ୍ରକାଶ କରିଛନ୍ତି

- Advertisement -

ପୂର୍ବତନ ସାଂସଦ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ ପୂର୍ବତନ ପିସିସି ସଭାପତି  ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେହିପରି ବିଧାୟକ ସୁରେଶ କୁମାର ରାଉତରାଏ, କଂଗ୍ରେସ ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବିଧାୟକ ମହମ୍ମଦ ମୋକିମ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବିଭୂତି ଭୂଷଣ ମିଶ୍ର ପ୍ରମୁଖ ଗଭୀର ଶୋକପ୍ରକାଶ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories