www.samajalive.in
Saturday, December 13, 2025
27.1 C
Bhubaneswar

ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ଶୌଚାଳୟରୁ ରୋଗୀଙ୍କ ମୃତଦେହ ଉଦ୍ଧାର

ଜୟପୁର: ଜିଲ୍ଳା ମୁଖ୍ୟ ଚିକିତ୍ସାଳୟର ଶୌଚାଳୟରୁ ଜଣେ ରୋଗୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ରୋଗୀ ଜଣକ ଶୌଚାଳୟ ଯାଇଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।  ମୃତକ ଜଣକ ଆସ୍ଥାମାରେ ପୀଡ଼ିତ ହୋଇ ଗତକାଲି ଜିଲ୍ଳା ମୁଖ୍ୟ ଚିକିତ୍ସାଳରେ ଭର୍ତ୍ତି ହୋଇଥିଲେ । ଡାକ୍ତରଖାନା ପକ୍ଷରୁ ତାଙ୍କର ଚିକିତ୍ସା କରାଯାଉଥିଲା । ହେଲେ ତାଙ୍କର ଏପରି ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ଚିକିତ୍ସାଳୟର କର୍ମଚାରୀଙ୍କ ସୂଚନା ଅନୁଯାୟୀ ରୋଗୀ ଜଣକ ନିଜେ ଅକ୍ସିଜେନ୍‌ କାଢ଼ି ଶୌଚାଳୟ ଯାଇଥିଲେ । ଶୌଚାଳୟ ଯାଇଥିବା ବେଳେ ଏପରି ଅଘଟଣ ଘଟିଛି । ମୃତକ ଜଣକ ବୋରିଗୁମ୍ମା ଥାନା ପୂଜାରୀପୁଟ ଗାଁର ହୋଇଥିବା ସୂଚନା ରହିଛି ।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories