www.samajalive.in
Thursday, December 11, 2025
18.1 C
Bhubaneswar

ଓଲଟିଲା ବରଯାତ୍ରୀ ଗାଡ଼ି: ୨ ମୃତ, ୧୨ ଜଣ ଆହତ 

ଜୟପୁର: ବୋରିଗୁମ୍ମା ଥାନା କାଳିଆଗୁଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ଜଣ ଆହତ ହୋଇଛନ୍ତି। ବରଯାତ୍ରୀ ନାରାୟଣପାଟଣା ଅଞ୍ଚଳରୁ ଆସୁଥିବାବେଳେ ଦୁର୍ଘଟଣା। ବର ସମେତ ଆହତ ୧୨ଜଣ ବୋରିଗୁମ୍ମା ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି।

ସୂଚନା ଅନୁସାରେ କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ କାଳିଆଗୁଡା ନିକଟରେ ଏକ ବର ଯାତ୍ରୀ ଗାଡ଼ିର ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୨ ଜଣ ଆହତ ହୋଇଛନ୍ତି ।

- Advertisement -

ସୂଚନା ଅନୁସାରେ ବରଯାତ୍ରୀ ନାରାୟଣପାଟଣା ଅଞ୍ଚଳରୁ ଆସୁଥିବା ଜଣାପଡିଛି । ତେବେ ମୃତ୍ୟୁବରଣ କରିଥିବା ୨ ଜଣଙ୍କ ମଧ୍ୟରୁ କାହାରି ପରିଚୟ ମିଳିନଥିବା ବେଳେ ବର ମଧ୍ୟ ଆହତ ହୋଇଛନ୍ତି । ଘଟଣାସ୍ଥଳକୁ ପୋଲିସ ପହଞ୍ଚି ଆହତ ବ୍ୟକ୍ତିଙ୍କୁ ଉଦ୍ଧାର କରି ବୋରିଗୁମ୍ମା ମେଡିକାଲରେ ଭର୍ତ୍ତି କରିଛି ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories