www.samajalive.in
Saturday, December 6, 2025
26.1 C
Bhubaneswar

ଜିରା ଚିକେନ୍‌

ଆବଶ୍ୟକ ସାମଗ୍ରୀ :
ଚିକେନ – ୫୦୦ ଗ୍ରାମ
ଘିଅ – ୪ ଚାମଚ
କଟା ପିଆଜ – ୨ଟି
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
ଗୋଟା ଜିରା – ୩ ଚାମଚ
ଜିରା ଗୁଣ୍ଡ – ୧ ଚାମଚ
ଗରମ ମସଲା – ୧ ଚାମଚ
ହଳଦୀ ଗଣ୍ଡ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ଲେମ୍ଭୁ ରସ – ୧ଚାମଚ
କଟା ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ଗୋଲମରିଚ ଗୁଣ୍ଡ – ୧ ଚାମଚ
ପ୍ରସ୍ତୁତି ପ୍ରଣାଳୀ :

ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ସେଥିରେ ଅଳ୍ପ ହଳଦୀ ଗୋଳାଇ ଏକ ପାତ୍ରରେ ରଖନ୍ତୁ। ଗ୍ୟାସରେ କଡ଼େଇ ବସାଇ ଏଥିରେ ଘିଅ ଗରମ କରନ୍ତୁ। ଘିଅ ଗରମ ହେବା ପରେ କଟା ପିଆଜ, ଗୋଟା ଜିରା ପକାଇ ଭାଜନ୍ତୁ। ଭାଜି ହେବା ପରେ ଅଦା ରସୁଣ ବଟା, ଜିରା ଗୁଣ୍ଡ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଗରମ ମସଲା, ପାତ୍ରରେ ରଖିଥିବା ଚିକେନ ପକାଇ ଅଳ୍ପ ପାଣି ଦେଇ ଭଲ ଭାବେ କଷନ୍ତୁ। ଭଲ ଭାବେ କଷିବା ପରେ ଏଥିରେ ଲେମ୍ବୁରସ, ଗୋଲମରିଚ ଗୁଣ୍ଡ, ଧନିଆ ପତ୍ର ପକାଇ ୫ ମିନିଟ୍ ଗ୍ୟାସରେ ବସାନ୍ତୁ। ତାପରେ ଏହାକୁ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଆପଣଙ୍କ ଜିରା ଚିକେନ୍‌। ଏବେ ଏହାକୁ ଏକ ପାତ୍ରକୁ କାଢି ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories