www.samajalive.in
Sunday, December 7, 2025
14.1 C
Bhubaneswar

ଜିରା ଚିକେନ

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ
ଘିଅ – ୪ ଚାମଚ
କଟା ପିଆଜ – ୨ଟି
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
ଗୋଟା ଜିରା – ୩ ଚାମଚ
ଜିରା ଗୁଣ୍ଡ – ୧ ଚାମଚ
ଗରମ ମସଲା – ୧ ଚାମଚ
ହଳଦୀ ଗଣ୍ଡ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ଲେମ୍ଭୁ ରସ – ୧ଚାମଚ
କଟା ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ଗୋଲମରିଚ ଗୁଣ୍ଡ – ୧ ଚାମଚ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଅଳ୍ପ ହଳଦୀ ଗୋଳାଇ ଏକ ପାତ୍ରରେ ରଖନ୍ତୁ। ଗ୍ୟାସରେ କଡ଼େଇ ବସାଇ ଏଥିରେ ଘିଅ ଗରମ କରନ୍ତୁ। ଘିଅ ଗରମ ହେବା ପରେ କଟା ପିଆଜ, ଗୋଟା ଜିରା ପକାଇ ଭାଜନ୍ତୁ। ଭାଜି ହେବା ପରେ ଅଦା ରସୁଣ ବଟା, ଜିରା ଗୁଣ୍ଡ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ , ଗରମ ମସଲା, ପାତ୍ରରେ ରଖିଥିବା ଚିକେନ ପକାଇ ଅଳ୍ପ ପାଣି ଦେଇ ଭଲ ଭାବେ କଷନ୍ତୁ। ଭଲ ଭାବେ କଷିବା ପରେ ଏଥିରେ ଲେମ୍ଭୁରସ , ଗୋଲମରିଚ ଗୁଣ୍ଡ, ଧନିଆ ପତ୍ର ପକାଇ ୫ ମିନିଟ ଗ୍ୟାସରେ ବସାନ୍ତୁ। ଏବେ ଏକ ପାତ୍ରକୁ କାଢି ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories