www.samajalive.in
Monday, December 15, 2025
26.1 C
Bhubaneswar

ଶିବୁ ସୋରେନଙ୍କୁ ଭାରତ ରତ୍ନ ପାଇଁ ସୁପାରିସ

ରାଞ୍ଚି: ଜେଏମଏମ (ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା) ପ୍ରତିଷ୍ଠାତା ତଥା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ପୁରସ୍କାର ‘ଭାରତ ରତ୍ନ’ ପ୍ରଦାନ କରିବାକୁ ସୁପାରିସ କରାଯାଇଛି। ଏହି ମର୍ମରେ ଏକ ପ୍ରସ୍ତାବ ମଧ୍ୟ ଝାଡ଼ଖଣ୍ଡ ବିଧାନସଭାରେ ଗୃହୀତ ହୋଇଥିବା ଜଣାପଡିଛି। ଗୁରୁବାର ପରିବହନ ମନ୍ତ୍ରୀ ଦୀପକ ବିରୁଆ ଗୃହରେ ଏହି ପ୍ରସ୍ତାବ ଆଗତ କରିଥିଲେ। ଏହି ପ୍ରସ୍ତାବ ବାଚନିକ ଭୋଟରେ ଗୃହୀତ ହୋଇଛି। ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି ମଧ୍ୟ ଏହି ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ତେବେ ଝାଡ଼ଖଣ୍ଡ ଆନ୍ଦୋଳନରେ ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇଥିବା ଅନ୍ୟ ଦୁଇ ନେତା ମାରାଙ୍ଗ ଗୋମ୍‌କେ ଜୟପାଲ ସିଂହ ମୁଣ୍ଡା ଓ ବିନୋଦ ବିହାରୀ ମାହାତୋଙ୍କୁ ମଧ୍ୟ ଭାରତ ରତ୍ନ ପାଇଁ ସୁପାରିସ କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି।

ଶିବୁ ୧୯୭୩ରେ ଜେଏମଏମ ପ୍ରତିଷ୍ଠା କରିଥିଲେ। ୧୯୮୦ରୁ ୨୦୧୯ ପର୍ଯ୍ୟନ୍ତ ସେ ଡୁମ୍‌କା ଆସନରୁ ତିନିଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୨୦ରୁ ମୃତ୍ୟୁ ପର୍ଯ୍ୟନ୍ତ ସେ ରାଜ୍ୟସଭା ସଦସ୍ୟ ରହିଥିଲେ। ମନମୋହନ ସିଂହଙ୍କ ପ୍ରଧାନମନ୍ତ୍ରିତ୍ବ କାଳରେ ଶିବୁ କୋଇଲା ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି। ୨୦୦୫ରୁ ୨୦୧୦ ପର୍ଯ୍ୟନ୍ତ ସେ ତିନି ଥର ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ବ ତୁଲାଇଥିଲେ। ୨୦୨୫ ଅଗଷ୍ଟ ୪ରେ ତାଙ୍କର ପରଲୋକ ଘଟିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories