ସାଢେ ୧୧ରେ ୪୧ ଡିଗ୍ରୀ ଛୁଇଁଲା ତାତି: ଝାରସୁଗୁଡା ଓ କେନ୍ଦୁଝର ସବୁଠୁ ଉତ୍ତପ୍ତ
ଭୁବନେଶ୍ଵର: ଜଳୁଛି ଓଡିଶା। ସାଢେ ୧୧ରେ ୪୧ ଡିଗ୍ରୀ ଛୁଇଁଲା ତାତି । ୪୧ ଡିଗ୍ରୀ ସହ ଝାରସୁଗୁଡା ଓ କେନ୍ଦୁଝର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ଵର ୪୦.୭, ବାଲେଶ୍ଵର ୪୦.୧ , ରାଉରକେଲା ୩୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆଜି ପାଇଁ କେନ୍ଦୁଝର, ମୟୁରଭଞ୍ଜ ଏବଂ ଅନୁଗୁଳ ଜିଲ୍ଲାକୁ ହିଟ୍ ଓ୍ବେଭ୍ ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ଵର , ଯାଜପୁର , ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଟକ , କେନ୍ଦ୍ରାପଡା ଏବଂ ଜଗତସିଂହପୁର ର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ଲହରୀ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଆଜି ସାମାନ୍ୟ ଆଶ୍ଵସ୍ତି ଦେଇପାରେ କାଳବୈଶାଖୀ। ଆଜିଠୁ ଦକ୍ଷିଣ ଓଡିଶା ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। ବିଜୁଳି, ଘଡଘଡି ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Comments are closed.