www.samajalive.in
Friday, December 5, 2025
26.1 C
Bhubaneswar

ଝାରସୁଗୁଡ଼ା ଡ଼ଙ୍ଗା ବୁଡି ଘଟଣାରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଶୋକ

ଡେସ୍କ: ଝାରସୁଗୁଡ଼ା ଜିଲ୍ଲା ମହାନଦୀରେ ଡଙ୍ଗା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଗଭୀର ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ ରାଷ୍ଟ୍ରପତି କହିଛନ୍ତି ଯେ ଓଡ଼ିଶାର ଝାରସୁଗୁଡ଼ା ନିକଟରେ ମହାନଦୀରେ ନୌକାବୁଡ଼ି ହେବା ଯୋଗୁଁ ଅନେକ ଲୋକଙ୍କର ପ୍ରାଣହାନି ଘଟିଛି ଜାଣି ମୁଁ ଦୁଃଖିତ। ଶୋକସନ୍ତପ୍ତ ପରିବାରଗୁଡ଼ିକ ପ୍ରତି ମୁଁ ସମବେଦନା ଜ୍ଞାପନ କରୁଛି। ନୌକାବୁଡ଼ିରେ ଆଘାତପ୍ରାପ୍ତ ଲୋକମାନଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

ଇପିଏଫ୍ଓରେ ସାମିଲ ହେଲେ ୭.୭୮ ଲକ୍ଷ ନୂଆ ସଦସ୍ୟ

- Advertisement -

ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁଯାୟୀ, ଝାରସୁଗୁଡ଼ା ଲଖନପୁର ମହାନଦୀରେ ଡଙ୍ଗା ବୁଡି ଘଟଣାରେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା ୭ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏବେ ସମସ୍ତ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ସାରିଛି। ଶୁକ୍ରବାର ଲଖନପୁର ବ୍ଲକ ଶରଧା ନିକଟ ମହାନଦୀରେ ଡଙ୍ଗା ବୁଡିଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ମହିଳା ଓ ୩ ଶିଶୁଙ୍କ ସମେତ ୭ ଜଣ ନିଖୋଜ ରହିଥିଲେ। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ଏମାନେ ବରଗଡ ବାଞ୍ଜିପାଲିକୁ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ପ୍ରାୟ ୪୩ ଜଣ ଲୋକଙ୍କୁ ସ୍ଥାନୀୟ ମତ୍ସ୍ୟଜୀବୀ ମାନେ ଉଦ୍ଧାର କରିଥିଲେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories