www.samajalive.in
Saturday, December 6, 2025
16.1 C
Bhubaneswar

ଝାରସୁଗୁଡ଼ା ଉପନିର୍ବାଚନ, ଟଙ୍କଧର ବିଜେପି ପ୍ରାର୍ଥୀ

ଝାରସୁଗୁଡ଼ା/ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। ଯୁବନେତା ଟଙ୍କଧର ତ୍ରିପାଠୀଙ୍କ ନାଁରେ ଦଳ ମୋହର ମାରିଛି। ଏନେଇ ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି। ପ୍ରଥମେ ବିଜେଡି ଏବଂ ପରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ବିଜେପିରୁ କିଏ ପ୍ରାର୍ଥୀ ହେବ; ସେ ନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ଟଙ୍କଧରଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଥିଲା; ବିଜେପି ପ୍ରାର୍ଥୀ ଘୋଷଣା କରିବା ପରେ ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

ଝାରସୁଗୁଡ଼ା ଉପନିର୍ବାଚନରେ ଦଳ ଟଙ୍କଧରଙ୍କ ଉପରେ ଭରସା କରିଛି। ସେ ବିଜେପି ଯୁବ ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଓଡ଼ିଶା ରାଜ୍ୟର ସାଧାରଣ ସମ୍ପାଦକ ତଥା ରାଜ୍ୟ ବିଜେପି ଯୁବ ମୋର୍ଚ୍ଚାର ସଭାପତି ଭଳି ଗୁରୁତ୍ବପୂର୍ଣ୍ଣ ପଦରେ ଦାୟିତ୍ବ ନିର୍ବାହ କରିଥିଲେ। ବର୍ତ୍ତମାନ ସେ ବିଜେପିର ରାଜ୍ୟ ସମ୍ପାଦକ ରହିଛନ୍ତି। ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲାକୁ ନିଜର କର୍ମକ୍ଷେତ୍ର କରିଥିବା ଶ୍ରୀ ତ୍ରିପାଠୀ ନିଜର ଆନ୍ଦୋଳନାତ୍ମକ ବ୍ୟକ୍ତିତ୍ବ ସହ ଯୁବାବସ୍ଥା (ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ)ରୁ କାର୍ଯ୍ୟ କରି ଆସୁଛନ୍ତି।

- Advertisement -

ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଝାରସୁଗୁଡ଼ାରେ ଉପନିର୍ବାଚନ ହେଉଛି। ବିଜେଡି ନବଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ଏବଂ କଂଗ୍ରେସରୁ ଯୁବନେତା ତରୁଣ ପାଣ୍ଡେ ପ୍ରାର୍ଥୀ ହୋଇଛନ୍ତି। ଗୁରୁବାର ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିହେବ। ମେ’ ୧୦ ତାରିଖରେ ଭୋଟ୍ ଗ୍ରହଣ ଏବଂ ୧୩ରେ ଭୋଟ୍ ଗଣନା ସହ ଫଳାଫଳ ଆସିବ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories