www.samajalive.in
Sunday, December 7, 2025
14.1 C
Bhubaneswar

ଝାରସୁଗୁଡା ଉପନିର୍ବାଚନ : ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ

ଝାରସୁଗୁଡା : ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରଥମେ ପ୍ରାର୍ଥୀ ଘୋଷଣା କଲା ବିଜେଡି। ଶୁକ୍ରବାର ପ୍ରାର୍ଥୀ ଘୋଷଣା କଲା ବିଜେଡି। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ। ଦୀପାଳି ଦାସଙ୍କୁ ବିଜେଡିର ପ୍ରାର୍ଥୀ ଭାବେ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ସୂଚନା ଯୋଗ୍ୟ,ଝାରସୁଗୁଡା ଉପନିର୍ବାଚନ ପାଇଁ ମାର୍ଚ୍ଚ ୨୯ରେ ତାରିଖ ଘୋଷଣା ହୋଇସାରିଛି। ମେ’ ୧୦ରେ ଝାରସୁଗୁଡା ଉପନିର୍ବାଚନ ପାଇଁ ହେବ ଭୋଟ ଗ୍ରହଣ। ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ଉପନିର୍ବାଚନ ପାଇଁ ଏପ୍ରିଲ ୧୩ରେ ବିଧିବଦ୍ଧ ଭାବେ ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି। ଏପ୍ରିଲ ୨୦ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରାଯିବ। ଏହାସହ ଏପ୍ରିଲ ୨୧ରେ ନାମାଙ୍କନ ଯାଞ୍ଚ ହେବ। ୨୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରାଯିବ। ମେ’୧୦ରେ ଭୋଟ ଗ୍ରହଣ ହେବା ସହ ମେ’ ୧୩ରେ ଭୋଟ ଗଣତି ହେବ। ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ। ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁପରେ ଝାରସୁଗୁଡା ଆସନ ଖାଲି ପଡିଛି। ଝାରସୁଗୁଡାରେ ୧ ଲକ୍ଷ ୯୭ ହଜାରରୁ ଅଧିକ ଭୋଟର ରହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories