www.samajalive.in
Saturday, December 13, 2025
27.1 C
Bhubaneswar

ଲାଇକେରା ଓ କିରିମେରା ବ୍ଲକ ହେଲା ଓଡ଼ିଶାର ୨୩ତମ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା

ଝାରସୁଗୁଡ଼ା ସମନ୍ୱିତ ଉନ୍ନୟନ ସଂସ୍ଥା ଭାବେ ନାମିତ ଏହି ନୂତନ ସଂସ୍ଥା ପାଇଁ ୯ ଟି ନୂଆ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର
ଭୁବନେଶ୍ୱର: ଝାରସୁଗୁଡ଼ା ଜିଲାର ଲାଇକେରା ଓ କିରିମେରା — ଏହି ଦୁଇଟି ବ୍ଲକକୁ ନୂତନ ଭାବରେ ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ରାଜ୍ୟ ସରକାର ୯ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି।

ଏହା ଅଧୀନରେ ଲାଇକେର ଓ କିରୀମେରା ବ୍ଲକର ସମସ୍ତ ଗାଁ ଏହି ନୂତନ ଆଇଟିଡିଏ ଅଧୀନରେ ରହିବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ନୂତନ ପଦବୀକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ବାରା ଏହି ଦୁଇଟି ବ୍ଲକରେ ଜନଜାତି ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

- Advertisement -

ଏହି ନୂତନ ପଦବୀ ଗୁଡିକ ହେଲା ଗୋଟିଏ ପ୍ରକଳ୍ପ ପ୍ରଶାସକ, ଗୋଟିଏ ସ୍ବତନ୍ତ୍ର ଅଧିକାରୀ, ଜଣେ ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ଜଣେ ଆସିଷ୍ଟାଣ୍ଟ ଇଞ୍ଜିନିୟର , ଜଣେ ଆକାଉଣ୍ଟାଣ୍ଟ, ଜଣେ ହେଡ କ୍ଲାର୍କ, କନିଷ୍ଠ ଷ୍ଟେନୋ ଗ୍ରାଫର- ୧, ଜଣେ ବରିଷ୍ଠ କ୍ଲର୍କ ଓ ଜଣେ କନିଷ୍ଠ କ୍ଲର୍କ।

ସୂଚନାଯୋଗ୍ୟ ଯେ ଲାଇକରା ଓ କିରୀମେର ବ୍ଲକରେ ମୁଖ୍ୟତଃ ଗଣ୍ଡ, ଭୁଇଆଁ, ଓ କିସାନ୍ ବର୍ଗର ଆଦିବାସୀ ମାନେ ରହୁଥିବା ବେଳେ ମୁଣ୍ଡା, କୋଲ୍ହ, ଓରାଓଁ, ଶବର, ଖରିଆ ଓ ସାରା ବର୍ଗର ଆଦିବାସୀ ମାନେ ମଧ୍ୟ ଅଛନ୍ତି। ଲାଇକେରାରେ ଆଦିବାସୀଙ୍କ ସଂଖ୍ୟା ୫୧.୭୮ ପ୍ରତିଶତ ହୋଇଥିବା ବେଳେ କିରିମେରାରେ ଏହା ୧୮.୪୬ ପ୍ରତିଶତ ରହିଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories