ଝାରସୁଗୁଡ଼ାରୁ ଆଉ ୨ ସ୍ଥାନକୁ ଉଡିବ ବିମାନ

ଝାରସୁଗୁଡ଼ା: ଝାରସୁଗୁଡ଼ାରୁ ଆଉ ଦୁଇ ସ୍ଥାନକୁ ବିମାନ ଉଢ଼ାଣ ହେବ ବୋଲି ସୂଚନା ମିଳିଛି। ଆସନ୍ତା ୧୦ ତାରିଖରୁ ଝାରସୁଗୁଡ଼ାରୁ କୋଲକାତା ଓ ବିଶାଖାପାଟଣାକୁ ଏବଂ ସପ୍ତାହରେ ଚାରିଦିନ ଝାରସୁଗୁଡାରୁ ବେଙ୍ଗାଳୁରୁ ଓ ଚେନ୍ନାଇକୁ ବିମାନସେବା ଯୋଗାଇବ ସ୍ପାଇସ୍ ଜେଟ୍ । ଏନେଇ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ପୂର୍ବରୁ ଚାରିଟି ସ୍ଥାନକୁ ବିମାନସେବା ଯୋଗାଇବାକୁ ସ୍ପାଇସ୍ ଜେଟ ପ୍ରସ୍ତାବ ଦେଇଥିଲା । ଏହି ପ୍ରସ୍ତାବରେ ମୋହର ମାରିଛନ୍ତି ଝାରସୁଗୁଡ଼ା ବିମାନ ବନ୍ଦର କର୍ତ୍ତୃପକ୍ଷ ।

Comments are closed.