www.samajalive.in
Monday, December 15, 2025
24.1 C
Bhubaneswar

ବଡ଼ଡୁମୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଝୁମ୍ପୁରା: ଝୁମ୍ପୁରା ବ୍ଲକ ବଡ଼ଡୁମୁରିଆ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ୪୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ ଉତ୍ସବର ସଭାକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିବା ଅତିଥି ମାନଙ୍କ ଦ୍ୱାରା ମା ତାରୀଣୀଙ୍କ ଫଟୋ ଚିତ୍ର ନିକଟରେ ଦ୍ୱୀପ ପ୍ରଜ୍ଜଳନ କରି ଥିଲେ। ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ୍ୱ ସଂଗୀତ ପରିବେଷଣ କରିବା ପରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ସହକାରୀ ଶିକ୍ଷକ ବିଜୟ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିବା ସହିତ ସ୍ୱାଗତ୍ୱ ଭାଷଣ ପ୍ରଦାନ କରିଥିଲେ।

ଏହି ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଏହି ପଞ୍ଚାୟତର ସରପଞ୍ଚ ରୁଦ୍ର ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ତାଙ୍କ ବକ୍ତବ୍ୟରେ କହିଲେ ଶିକ୍ଷା ଏପରି ଏକ ସମ୍ପଦ ଯାହାକି କାହାକୁ ଦେଲେ ସରରେ ନାହିଁ ବରଂ ଶିକ୍ଷାର ପ୍ରସାର ଅଧିକ ହୋଇଥାଏ। ଶିକ୍ଷକ ଓ ଛାତ୍ର ଛାତ୍ରୀ ମାନଙ୍କ ସହିତ ଉତ୍ତମ ବୁଝାମଣା ରହିଲେ ଶିକ୍ଷାର ବିକାଶ ନିଶ୍ଚିତ ହେବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ବିଶ୍ୱାମିତ୍ର ନାୟକ ଯୋଗଦାନ କରି ତାଙ୍କ ବକ୍ତବ୍ୟରେ କହିଲେ ଯେ ବର୍ତ୍ତମାନର ଛାତ୍ର ଛାତ୍ରୀ ମାନଙ୍କୁ ସ୍କାର୍ଟ କରିବା ପାଇଁ ହେଲେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ସ୍ମାର୍ଟ ହେବାକୁ ପଡିବ। ଗୁରୁମାନେ ଉପଯୁକ୍ତ ଶିକ୍ଷା ପ୍ରଦାନ କଲେ ପିଲାଙ୍କର ଶିକ୍ଷକ ପ୍ରତି ଭକ୍ତି ରହିଲେ ଶିକ୍ଷାର ବିକାଶ ସୁନିଶ୍ଚିତ ହେବ ବୋଲି ମତ ରଖିଥିଲେ।

- Advertisement -

ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପ୍ରତିଷ୍ଠା ସଦସ୍ୟ ପୂର୍ଣ୍ଣ ଚନ୍ଦ୍ର ମାଝି ଅନ୍ୟ ମାନଙ୍କ ମଧ୍ୟରେ ରାମଚନ୍ଦ୍ର ମହାକୁଡ, ନୃସିଂହ ଚରଣ ମହାକୁଡ, ପ୍ରମୁଖ ଯୋଗଦାନ କରି ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ତମ ଦିଗଦର୍ଶନ ଦେଇଥିଲେ। ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତାର ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ବିଦ୍ୟାଳୟ ତରଫରୁ ପୁରସ୍କାର ପ୍ରଦାନ କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷକ ଯୁଧିଷ୍ଠିର ମାଝୀ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ଶିକ୍ଷକ ଡମ୍ବରୁଧର ମହାନ୍ତ ଶେଷରେ ସମସ୍ତଙ୍କୁ ଧନ୍ୟବାର୍ଦ ଅର୍ପଣ କରି କାର୍ଯ୍ୟକ୍ରମକୁ ଶେଷ କରିଥିଲେ। ସନ୍ଧ୍ୟାରେ ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିବା ଦେଖିବାକୁ ମିଳିଥିଲା।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories