www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରାକ୍ଟର ଓଲଟି ଚାଳକ ମୃତ

ଝୁମ୍ପୁରା: ଚମ୍ପୁଆ ଉପଖଣ୍ଡ ଝୁମ୍ପୁରା ଥାନା ଅନ୍ତର୍ଗତ ସୋଲଗୋଡା ଗ୍ରାମରେ ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଚାଳକ ଜଣକ ହେଲେ ସୋଲଗୋଡା ଗ୍ରାମର ସଞ୍ଜୟ ଗିରିଙ୍କ ପୁଅ ସଂଗ୍ରାମ ଗିରି(୨୨)। ମିଳିଥିବା ସୂଚନା ଅନୁସାରେ, ବୁଧବାର ସନ୍ଧ୍ୟା ସମୟରେ ସଂଗ୍ରାମ ରଜାବସା ଅରଡେଇ ନଦୀ ବାଲିଘାଟରୁ ଟ୍ରାକ୍ଟରରେ ବାଲି ବୋଝେଇ କରି ଫେରୁଥିବା ବେଳେ ସୋଲଗୋଡା ନିକଟରେ ଗାଈ ଗୋଠକୁ ବଞ୍ଚାଇବାକୁ ଯାଇ ଭାରସ୍ୟାମ ହରାଇ ଟ୍ରାକ୍ଟରଟି ଓଲଟି ପଡ଼ିଥିଲା। ଫଳରେ ଟ୍ରାକ୍ଟର ତଳେ ଚାପି ହୋଇ ସଂଗ୍ରାମଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଝୁମ୍ପୁରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଏକ ମାମଲା ରୁଜୁ କରିବାସହ ମୃତଦେହକୁ ବ୍ୟବଛେଦ ପାଇଁ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ଘଟଣାର ତଦନ୍ତ କରୁଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories